ସର୍ବୋପରି ରାଷ୍ଟ୍ର ଗଠନ ଆମର ମୁଖ୍ୟ ଲକ୍ଷ୍ୟ: ଏମପି ପ୍ରଦୀପ ପୁରୋହିତ

ପଦ୍ମପୁର,୧।୫ (ପ୍ରଦୀପ୍ତ ଦାଶ) ପଦ୍ମପୁରର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ପ୍ରାଦେଶିକ ଆଚାର୍ଯ୍ୟ ପ୍ରଶିକ୍ଷଣ ୨୦୨୫ ଜ୍ଞାନ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମକୁ ବରଗଡ଼ ଏମପି ପ୍ରଦୀପ କୁମାର ପୁରୋହିତ ଉଦଘାଟନ କରିଛନ୍ତି। ସର୍ବୋପରି ରାଷ୍ଟ୍ର ଗଠନ କରିବା ପାଇଁ ସମର୍ପିତ ମନୋଭାବ ରଖିବା ଆମର ଲକ୍ଷ୍ୟ ହେଉ ର ବାର୍ତ୍ତା ପ୍ରଦାନ କରିଛନ୍ତି। ମୁଖ୍ୟ ବକ୍ତା ଭାବେ ପୂର୍ବତନ ଯୁଗ୍ମ ସମ୍ପାଦକ ତଥା ଉପାଧ୍ୟକ୍ଷ ଶିକ୍ଷା ବିକାଶ ସମିତି, ଓଡିଶାର ଡଃ ପ୍ରଦୀପ ସାହୁ, ଅନ୍ୟତମ ଅତିଥି ଭାବେ ପ୍ରାନ୍ତ ସଂଗଠନ ମନ୍ତ୍ରୀ ମାନନୀୟ ତାରକ ଦାସ ସରକାର, ପଶ୍ଚିମ ସଂଭାଗ ସଭାପତି ଶ୍ରୀଯୁକ୍ତ ବେଣୁଧର ପ୍ରଧାନ , ଯୁବମୋର୍ଚ୍ଚା ପୂର୍ବତନ ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ପ୍ରିତେଶ କୁମାର ବହିଦାର ପ୍ରମୁଖ ମଞ୍ଚାସୀନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ପଶ୍ଚିମ ସଂଭାଗ ସଂଯୋଜକ ଶ୍ରୀଯୁକ୍ତ ଜ୍ୟୋତି ରଞ୍ଜନ ମିଶ୍ର ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ ତଥା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପଶ୍ଚିମ ସମ୍ଭାଗ ସହ ସଂଯୋଜକ ଶ୍ରୀଯୁକ୍ତ ଲୋକନାଥ ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ମଞ୍ଚାସୀନ ସମସ୍ତ ଅତିଥି ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ଗାନ ସମସ୍ତଙ୍କ ମନମୁଗ୍ଧକର ଥିଲା।

ବରଗଡ଼, ସମ୍ବଲପୁର ଓ ରାଉରକେଲା ବିଭାଗର ଶିଶୁ ମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ୧୩୨ ଟି ଶିଶୁ ମନ୍ଦିରରୁ ୧୪୦ ଜଣ ଗୁରୁଜୀ ଗୁରୁମା ୧୫ ଜଣ ପ୍ରଶିକ୍ଷକ ପ୍ରଶିକ୍ଷିକା ଯୋଗଦେଇ ଥିଲେ। ପ୍ରାନ୍ତ ସମ୍ପାଦକ ଖଗେଶ୍ବର ଦାଶ, ସମ୍ବଲପୁର ବିଭାଗ ନିରୀକ୍ଷକ ଜୟ କିଶୋର ପଣ୍ଡା, ବରଗଡ଼ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ଗୁପ୍ତେଶ୍ୱର ଥନାପତି, ରାଉରକେଲା ବିଭାଗ ନିରୀକ୍ଷକ ପ୍ରଦୀପ ମିଶ୍ର, ସଂକୁଳ ପ୍ରମୁଖ ଡଃ ଦାଦଶ କୁମାର ପ୍ରଧାନ,ଉପ ସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର, ସଂପାଦକ ଜନକଲାଲ ମେହେର, ସମାଜ ସେବୀ ନୀରୋଜ ଦୋରା,ସଭ୍ୟା ମୋନାଲିସା ସ୍ବାଇଁ, ଛାତ୍ର ସଂସଦ ସଭାପତି ଗୁଣନିଧି ପଟେଲ, ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସମେତ ମାତୃଭାରତୀର ସମସ୍ତ ସଭ୍ୟା ବୃନ୍ଦ, ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ । ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ପ୍ରଶିକ୍ଷଣ ଶିବିରଟି ୧୦ ଦିନ ଧରି ପ୍ରଶିକ୍ଷଣ ଦିଆଯିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥଲା ।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?