Posted inଜାତୀୟ

ଭୁଶୁଡ଼ିଲା ୬ ମହଲା କୋଠା: ଚାପି ହୋଇଗଲେ ୪, ଅନେକ ଆହତ

ଚଣ୍ଡିଗଡ଼,୨୧ା୧୨: ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପ ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍‌ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ କରାଯାଇଛି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କୁହାଯାଉଛି, ଖନନ ଚାଲିଥିବା ନିକଟସ୍ଥ କୋଠାରେ କାମ ଚାଲିଥିଲା। ଏହି କାରଣରୁ କୋଠା ଭୁଶୁଡି ପଡ଼ିଛି।

ଦୁର୍ଘଟଣା ସ୍ଥଳର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜେସିବି ମେଶିନ ନଜର ଆସିଛି। ଏଠାରୁ ଆବର୍ଜନା ହଟାଇବା ପାଇଁ କାର୍ଯ୍ୟ ଚାଲିଛି। ଚତୁଃପାର୍ଶ୍ୱରେ ଅନେକ ଲୋକ ରୁଣ୍ଡ ହୋଇଥିବା ଦେଖିବାକୁ ମିଳିଛି।

ପ୍ରାରମ୍ଭିକ ସୂଚନାନୁଯାୟୀ, ନିକଟରେ ଏକ ବେସ୍‌ମେଣ୍ଟ ଖୋଳା ଯାଉଥିବା ବେଳେ କୋଠାଟି ଭୁଶୁଡି ପଡିଥିଲା। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛି। ସୋହନା ଗାଁର ପୂର୍ବତନ ସରପଞ୍ଚ ପରବିନ୍ଦ ସିଂ ସୋହନା କହିଛନ୍ତି, ଘଟଣା ସମୟରେ ଜିମ୍‌ ନଷ୍ଟ ହୋଇଯାଇଥିଲା ଏବଂ କିଛି ଯୁବକ ଜିମ୍‌ରେ ଥିଲେ।

ସେ ଆହୁରି କହିଛନ୍ତି, କ’ଣ ଘଟିଛି ଆମେ ଏପର୍ଯ୍ୟନ୍ତ ଜାଣିନାହୁଁ। ଆମେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନକୁ ନିବେଦନ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri