Odisha Elections 2024
Posted inଜାତୀୟ

ବାରବାଙ୍କିରେ ଭୁଷୁଡିଲା କୋଠା, ୨ମୃତ ଅନେକେ ଫସି ରହିଥିବା ଆଶଙ୍କା

ବାରବାଙ୍କି,୪।୯: ଉତ୍ତରପ୍ରଦେଶର ବାରବାଙ୍କି ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ବହୁ ମହଲା କୋଠା ଭୁଶୁଡି ପଡିଛ। ଭଙ୍ଗା କୋଠାତଳେ ଚାପି ହୋଇଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଲୋକ ବର୍ତ୍ତମାନ ଫସି ରହିଥିବାର ଅନୁମାନ କରାଯାଉଛି। ୧୨ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୋମବାର ଭୋର ପ୍ରାୟ ୪ଟା ସମୟରେ ବାରବାଙ୍କିର ଫତେହପୁର ସହରରେ ଏକ ତିନି ମହଲା ଘର ଭୁଶୁଡି ପଡିଛି। ଏହି ଘଟଣା ଘଟିବା ସମୟରେ ପ୍ରାୟ ୧୨ଜଣ ଲୋକ ଘର ଭିତରେ ଏବଂ ଆଖପାଖରେ ଶୋଇଥିଲେ। ଦୁର୍ଘଟଣା ପରେ ଏସପି ଦୀନେଶ କୁମାର ସିଂ, ସିଡିଓ ଏକତା ସିଂ, ଏଡିଏମ ଅରୁଣ କୁମାର ସିଂଙ୍କ ଉପସ୍ଥିତିରେ ପୋଲିସ, ଏସଡିଆରଏଫ ଏବଂ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

୧୨ ଜଣ ଆହତଙ୍କୁ ଜିଲା ଡାକ୍ତରଖାନାକୁ ପଠାଯାଇଥିଲା ଯେଉଁଠାରେ ଡାକ୍ତର ୨ଜଣଙ୍କୁ ମୃତ ବୋଲି ଘୋଷଣା କରିଥିବାବେଳେ ଆଠ ଜଣଙ୍କୁ ଲକ୍ଷ୍ନୌକୁ ପଠାଯାଇଥିଲା। ଭଙ୍ଗା ଘର ତଳେ ପୋତିହୋଇଥିବା ଆଶଙ୍କା କରାଯାଇ ଏନଡିଆରଏଫ ଦଳକୁ ମଧ୍ୟ ଡକାଯାଇଛି।
ଫତେହପୁର ସହରର ନାଗର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମୋହାଲା କାଜିପୁର ୱାର୍ଡ ୨ରେ ହାସିମଙ୍କ ତିନି ମହଲା ଘର ସଂପୂର୍ଣ୍ଣ ଭାବେ ଭୁଶୁଡି ପଡିଛି। ହଠାତ୍‌ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ସମସ୍ତ ପୋଲିସ ଷ୍ଟେଶନ ଏବଂ ଏସଡିଆରଏଫ ଟିମ ସହିତ ସମସ୍ତ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ କଂଗ୍ରେସ ହିଟ! କଂଗ୍ରେସର ମନିଫେଷ୍ଟୋକୁ ୮୮ ଲକ୍ଷଥର କରାଯାଇଛି ଡାଉନଲୋଡ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ କେବଳ ମଇଦାନରେ କରାଯାଉନାହିଁ, ସୋସିଆଲ ମିଡିଆ ମଧ୍ୟ ଏହାର ପ୍ରଚାର ପାଇଁ ଏକ ପ୍ରମୁଖ ମାଧ୍ୟମ...

ଗୋଟିଏ ମଞ୍ଚରେ ଏକାଠି ନଜର ଆସିବେ ମୋଦି-ରାଜ ଠାକରେ

ମୁମ୍ବାଇ,୧୬।୫: ଭାଜପା ଏହାର ସହଯୋଗୀ ତଥା ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କ ସହ ମହାରାଷ୍ଟ୍ରର ଅବଶିଷ୍ଟ ୧୩ ଟି ସିଟ ଉପରେ ବାଜି ଲଗାଇବାକୁ ପ୍ରସ୍ତୁତ ହେଉଛି।...

କୋଭିଶିଲ୍ଡ ଟିକାର ମାରାତ୍ମକ ରକ୍ତଜମାଟ ପ୍ରତିକ୍ରିୟା ଭିଆଇଟିଟି

ନୂଆଦିଲ୍ଲୀ,୧୬ା୫ : ଆଷ୍ଟ୍ରାଜେନିକା କମ୍ପାନୀ ଏହାର କୋଭିଶିଲ୍ଡ ଟିକାକୁ ସାରା ବିଶ୍ୱରୁ ପ୍ରତ୍ୟାହାର କରିନେବାର ସପ୍ତାହେ ପରେ ଏହାର ଅନ୍ୟ ଏକ ମାରାତ୍ମକ ପାର୍ଶ୍ୱ ପ୍ରତିକ୍ରିୟା...

କାଳବୈଶାଖୀ ନେଲା ୧୧ ଜୀବନ

କୋଲକାତା,୧୬।୫: ଗୁରୁବାର ପଶ୍ଚିମବଙ୍ଗର ମାଲଦାଠାରେ ପ୍ରକୃତି ତାଣ୍ଡବ ରଚିଛି। ବାତ୍ୟା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ଯେଉଁଥିରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର...

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା...

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି...

ପୋଲିସକୁ ବୟାନ ଦେଲେ ଶ୍ୱାତି ମାଲିଓ୍ବାଲ, କହିଲେ ସମ୍ପୂର୍ଣ୍ଣ ଘଟଣାକ୍ରମ

ନୂଆଦିଲ୍ଲୀ,୧୬।୫: ଦୀର୍ଘ ସମୟର ଅପେକ୍ଷା କରିବା ପରେ ରାଜ୍ୟ ସଭା ଏମପି ଶ୍ୱାତି ମାଲିୱାଲ ଶେଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ନିକଟରେ ତାଙ୍କ ଉପରେ...

ଜବାବ ଦେଲେ ଯୋଗୀ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶ ସମେତ ସମଗ୍ର ଦେଶରେ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି ଏବଂ ତିନୋଟି ପର୍ଯ୍ୟାୟ ଭୋଟ ବାକି ଅଛ ଏହି ପରିପ୍ରେକ୍ଷୀରେ, ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri