Posted inଜାତୀୟ

ଦିଲ୍ଲୀରେ ଭୁଷୁଡ଼ିିଲା ନିର୍ମାଣଧିନ କୋଠା

ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀରେ ସୋମବାର ଏକ ବଡ଼ ଅଘଟଣ ଘଟିଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ କୋଠା ଭୁଷୁଡ଼ିପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ୫ଜଣ ଶ୍ରମିକ ଭଗ୍ନାବଶେଷ ତଳେ ଫସିଯାଇଥିଲେ। ଘଟଣାସ୍ଥଳରେ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛି। ସୂଚନା ମୁତାବକ, ସତ୍ୟ ନିକେତନ ଅଞ୍ଚଳରେ ଏକ ଭବନର ନିର୍ମାଣ କାର୍ଯ୍ୟ ଚାଲିଥିଲା। ଶ୍ରମିକମାନେ କାର୍ଯ୍ୟରେ ଲାଗିଥିବା ବେଳେ ହଠାତ୍‌ ଭବନର କିଛି ଅଂଶ ଭୁଷୁଡ଼ିପଡ଼ିଲା। ଘଟଣାସ୍ଥଳରେ କାର୍ଯ୍ୟ କରୁଥିବା ଶ୍ରମିକମାନେ କେହି କିଛି ବୁଝି ପାରି ନ ଥିଲେ। କୁହାଯାଉଛି, କାମ କରୁଥିବା ୫ଜଣ ଶ୍ରମିକ ଭଗ୍ନାବଶେଷ ତଳେ ଫସିରହିଥିଲେ। ଘଟଣାସ୍ଥଳରେ ଏନ୍‌ଡିଆରଫ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ। ତେବେ ଦୀର୍ଘ ୫ଘଣ୍ଟାର ଉଦ୍ୟମ ପରେ ଉକ୍ତ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଫସିରହିଥିବା ଶ୍ରମିକମାନେ ବିହାର ଅରରିଆ ଜିଲାର ବାସିନ୍ଦା ବୋଲି କୁହାଯାଉଛି। ଅନ୍ୟପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଟୁଇଟ କରି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। କାଳେ ଭୁଲ ବଶତଃ ଭଗ୍ନାବଶେଷ ତଳେ ଆଉ କେହି ଫସିରହିଥିବେ। ତେଣୁ ଏବେ ବି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri