ଜେଲ୍‌ ଗଲେ ବୁଖାରୀ

ଯାଜପୁର,୨୩ା୧୨: ସନ୍ଦିଗ୍ଧ କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀ ଶନିବାର ଜେଲ୍‌ ଯାଇଛନ୍ତି। ବୁଖାରୀଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ରିମାଣ୍ଡ ଅବଧି ସରିବା ପରେ ଆଜି ତାଙ୍କୁ ଚଣ୍ଡିଖୋଲ କୋର୍ଟ ଜେଲ୍‌ ପଠାଇ ଦେଇଛନ୍ତି।

ସୂଚନାଯୋଗ୍ୟ, କେବଳ କଶ୍ମୀର ନୁହେଁ, ଦେଶର ବିଭିନ୍ନ ସ୍ଥାନରେ ଆପରାଧିକ ମାମଲାରେ ବୁଖାରୀ ଜଡ଼ିତ ଥିବା ଜଣାପଡ଼ିଛି। ସ୍ଥିତି ସହ ଖାପ ଖୁଆଇଲା ଭଳି ସେ ନିଜକୁ କେଉଁଠି ନ୍ୟୁରୋ ସ୍ପେଶାଲିଷ୍ଟ ଡାକ୍ତର ତ କେଉଁଠି ସେନା ଡାକ୍ତର, ପିଏମ୍‌ଓ ଅଧିକାରୀ ଏବଂ ଏନ୍‌ଆଇଏ ବରିଷ୍ଠ ଅଧିକାରୀଙ୍କ ଘନିଷ୍ଠ ସହଯୋଗୀ ଭାବେ ପରିଚୟ ଦେଇଆସିଛନ୍ତି। ବୁଖାରୀଙ୍କ ପ୍ରକୃତ ଘର ଜମ୍ମୁକଶ୍ମୀରର କୁପଓ୍ବାରା ଜିଲା ହଣ୍ଡଓ୍ବାରା ସବ୍‌ଡିଭିଜନ ଅନ୍ତର୍ଗତ ପୀର ମୋହାଲାରେ। ସେ ପ୍ରାୟ ୭ ବର୍ଷ ହେଲା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ପଞ୍ଚାୟତ ମିଲତନଗରରେ ଏକ ଭଡ଼ା ଘରେ ରହୁଥିଲେ। ସେଠାରେ ଚଢ଼ାଉ କରି ଏସ୍‌ଟିଏଫ୍‌ ଅଧିକାରୀମାନେ ଅନେକ ଆପରାଧିକ ସାମଗ୍ରୀ ସମେତ ୧୦୦ରୁ ଊର୍ଦ୍ଧ୍ୱ କାଗଜପତ୍ର ଜବତ କରିଥିଲେ। ଏସ୍‌ଟିଏଫ୍‌ ପକ୍ଷରୁ ତାଙ୍କ ବିରୋଧରେ ଆଇପିସି ଦଫା ୪୧୯, ୪୨୦, ୪୬୫, ୪୬୭, ୪୬୮, ୪୭୧, ୧୨୦(ବି) ଏବଂ ଆଇଟି ଆକ୍ଟ ୨୦୦୦ର ଦଫା ୬୬ ସି, ୬୬ ଡି ଅନୁଯାୟୀ ଏକ ମାମଲା (ନଂ.୩୧/୨୦୨୩) ରୁଜୁ କରାଯାଇଥିଲା। ବୁଖାରୀଙ୍କୁ ଚଣ୍ଡିଖୋଲ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାକୁ ତାଙ୍କୁ ରଗଡ଼ି ଜେଲକୁ ପଠାଇ ଦିଆଯାଇଥିଲା। ତାଙ୍କୁ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଏସ୍‌ଟିଏଫ୍‌ ଆବେଦନ କରିଥିଲା। ମାତ୍ର ତାଙ୍କୁ ୫ ଦିନ ପାଇଁ ରିମାଣ୍ଡ ଅନୁମତି ମିଳିଥିଲା। ରିମାଣ୍ଡ ଅବଧି ସରିବା ପରେ ଆଜି ଜେଲ୍‌ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri