ଜେଲ୍‌ ଗଲେ ବୁଖାରୀ

ଯାଜପୁର,୨୩ା୧୨: ସନ୍ଦିଗ୍ଧ କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀ ଶନିବାର ଜେଲ୍‌ ଯାଇଛନ୍ତି। ବୁଖାରୀଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ରିମାଣ୍ଡ ଅବଧି ସରିବା ପରେ ଆଜି ତାଙ୍କୁ ଚଣ୍ଡିଖୋଲ କୋର୍ଟ ଜେଲ୍‌ ପଠାଇ ଦେଇଛନ୍ତି।

ସୂଚନାଯୋଗ୍ୟ, କେବଳ କଶ୍ମୀର ନୁହେଁ, ଦେଶର ବିଭିନ୍ନ ସ୍ଥାନରେ ଆପରାଧିକ ମାମଲାରେ ବୁଖାରୀ ଜଡ଼ିତ ଥିବା ଜଣାପଡ଼ିଛି। ସ୍ଥିତି ସହ ଖାପ ଖୁଆଇଲା ଭଳି ସେ ନିଜକୁ କେଉଁଠି ନ୍ୟୁରୋ ସ୍ପେଶାଲିଷ୍ଟ ଡାକ୍ତର ତ କେଉଁଠି ସେନା ଡାକ୍ତର, ପିଏମ୍‌ଓ ଅଧିକାରୀ ଏବଂ ଏନ୍‌ଆଇଏ ବରିଷ୍ଠ ଅଧିକାରୀଙ୍କ ଘନିଷ୍ଠ ସହଯୋଗୀ ଭାବେ ପରିଚୟ ଦେଇଆସିଛନ୍ତି। ବୁଖାରୀଙ୍କ ପ୍ରକୃତ ଘର ଜମ୍ମୁକଶ୍ମୀରର କୁପଓ୍ବାରା ଜିଲା ହଣ୍ଡଓ୍ବାରା ସବ୍‌ଡିଭିଜନ ଅନ୍ତର୍ଗତ ପୀର ମୋହାଲାରେ। ସେ ପ୍ରାୟ ୭ ବର୍ଷ ହେଲା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ପଞ୍ଚାୟତ ମିଲତନଗରରେ ଏକ ଭଡ଼ା ଘରେ ରହୁଥିଲେ। ସେଠାରେ ଚଢ଼ାଉ କରି ଏସ୍‌ଟିଏଫ୍‌ ଅଧିକାରୀମାନେ ଅନେକ ଆପରାଧିକ ସାମଗ୍ରୀ ସମେତ ୧୦୦ରୁ ଊର୍ଦ୍ଧ୍ୱ କାଗଜପତ୍ର ଜବତ କରିଥିଲେ। ଏସ୍‌ଟିଏଫ୍‌ ପକ୍ଷରୁ ତାଙ୍କ ବିରୋଧରେ ଆଇପିସି ଦଫା ୪୧୯, ୪୨୦, ୪୬୫, ୪୬୭, ୪୬୮, ୪୭୧, ୧୨୦(ବି) ଏବଂ ଆଇଟି ଆକ୍ଟ ୨୦୦୦ର ଦଫା ୬୬ ସି, ୬୬ ଡି ଅନୁଯାୟୀ ଏକ ମାମଲା (ନଂ.୩୧/୨୦୨୩) ରୁଜୁ କରାଯାଇଥିଲା। ବୁଖାରୀଙ୍କୁ ଚଣ୍ଡିଖୋଲ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାକୁ ତାଙ୍କୁ ରଗଡ଼ି ଜେଲକୁ ପଠାଇ ଦିଆଯାଇଥିଲା। ତାଙ୍କୁ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଏସ୍‌ଟିଏଫ୍‌ ଆବେଦନ କରିଥିଲା। ମାତ୍ର ତାଙ୍କୁ ୫ ଦିନ ପାଇଁ ରିମାଣ୍ଡ ଅନୁମତି ମିଳିଥିଲା। ରିମାଣ୍ଡ ଅବଧି ସରିବା ପରେ ଆଜି ଜେଲ୍‌ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ପରଭେଶ ବର୍ମାଙ୍କ ବଡ଼ ଘୋଷଣା: ପାଣି ଟାଙ୍କି ସଫା କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀରେ ଜଳ ସଙ୍କଟ ସମସ୍ୟାରେ ସମାଧାନ ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀ ଜଳ ମନ୍ତ୍ରୀ ପ୍ରବେଶ ବର୍ମା ଶୁକ୍ରବାର ଘୋଷଣା କରି…

ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri