ବସ୍‌ରେ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୪୬ ଯାତ୍ରୀ

ସୋଫିଆ,୨୩।୧୧:ବୁଲଗେରିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତର ମାସିଡୋନିଆର ଏକ ବସରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୪୬ ଜଣ ଜିଅନ୍ତା ଦଗ୍ଧ ହୋଇଯାଇଛନ୍ତି। ସ୍ଥାନୀୟ ସମୟ ସକାଳ ୨ଟାରେ ଏହି ଅଗ୍ନିକାଣ୍ଡ ଘଟିଛି। ଏ ନେଇ ବୁଲଗେରିଆନ ନ୍ୟାଶନାଲ ଟିଭି (ବିଏନଟି)ରେ ସୂଚନା ଦିଆଯାଇଛି। ମୃତାହତ ହୋଇଥିବା ଲୋକଙ୍କ ମଧ୍ୟରେ କିଛି ଶିଶୁ ମଧ୍ୟ ସାମିଲ ଅଛନ୍ତି। ନିଆଁରେ ପୋଡି ହୋଇ ଗୁରୁତର ହୋଇଥିବା ୭ ଜଣଙ୍କୁ ସୋଫିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋଫିଆରୁ ପାଖାପାଖି ୪୫ କିଲୋମିଟର ଦୂର ପଶ୍ଚିମରେ ଷ୍ଟ୍ରୁମା ହାଇୱେରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସମୟରେ ବସରେ ୫୩ ଜଣ ଯାତ୍ରୀ ଉପସ୍ଥିତ ଥିଲେ।
ସୋଫିଆରେ ଉତ୍ତର ମାକେଡୋନିଆର ଦୂତାବାସର ଜଣେ ଅଧିକାରୀ କହିଛନ୍ତି ଯେ ଏହି ଘଟଣାର ଅଧିକାଂଶ ପୀଡିତ ବ୍ୟକ୍ତି ଉତ୍ତର ମାକେଡୋନିଆର ନାଗରିକ। ଅଧିକାରୀ କହିଛନ୍ତି ଯେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ…

ଛାତ୍ରଙ୍କୁ ମାଡ଼ ମାରିବା ପଡିଲା ମହଙ୍ଗା, ଶ୍ରେଣୀ ଗୃହ ଭିତରେ ଶିକ୍ଷକଙ୍କୁ ତାଲା ପକାଇଦେଲେ…

ଲୋଇସିଂହା, ୧୪।୭ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଉପରବାହାଲ ଉଚ୍ଚ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଜଣେ ନବମ…

ରବିବାରଠୁ ନିଖୋଜ ଥିଲେ ବ୍ୟବସାୟୀ, ଏହି ସ୍ଥାନରୁ ମିଳିଲା ପତ୍ତା

ବଲାଙ୍ଗୀର, ୧୪।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ପେଲେସଲାଇନ ପଡାର ଜଣେ ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରୁ ଘରୁ ବାହାରି ଯିବା ପରେ…

ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri