୨୯ ଘର ଉପରେ ଚଢିଲା ବୁଲଡୋଜର: ଡହଡହ ଖରାରେ ଲୋକେ ଆଶ୍ରୟ ନେବେ କେଉଁଠି, ବଢୁଛି ଚିନ୍ତା

କେସିଙ୍ଗା,୨୮।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କଶ୍ରୁପଡ଼ା ଗ୍ରାମପଞ୍ଚାୟତର ବିନେକେଲା ଗ୍ରାମରେ ସରକାରୀ ରାସ୍ତାକୁ ଜବରଦଖଲ କରି ଘର ତିଆରି କରିଦୀର୍ଘ ଦିନ ଧରିଜବର ଦାଖଲ କରି ପ୍ରାୟ ୨୯ଟି ପରିବାର ରହିଆସୁଥିଲେ। ବେନେକେଲା ଗ୍ରାମର କିଛି ଲୋକ ଗ୍ରାମ ଭିତରେ ଥିବା ରାସ୍ତା ଉପରେ ଜବରଦଖଲ କରି ଘର ତିଆରି କରୁଥିବାରୁ ବର୍ଷା ଦିନେ ବର୍ଷା ପାଣି ନିଷ୍କାସିତ ହୋଇ ନ ପାରି ରାସ୍ତା ଉପରେ ଜମି ରହୁଥିଲା। ରାସ୍ତା ସଂକୀର୍ଣ୍ଣ ହେବା ସହିତ ପାଣି ନିଷ୍କାସନ ପାଇଁ ଅନେକ ଅସୁବିଧା ଭୋଗୁଥିଲେ। ଯାନବାହନ ଗମନାଗମନ କ୍ଷେତ୍ରରେ ଅସୁବିଧା ହେଉଥିଲା। ଗ୍ରାମ ପଞ୍ଚାୟତ ପକ୍ଷରୁ ଗ୍ରାମରେ ଭଲ ରାସ୍ତା ତିଆରି ହୋଇ ପାରୁ ନ ଥିଲା ବର୍ଷା ପାଣି ନିଷ୍କାସନ ପାଇଁ ଡ୍ରେନ ନିର୍ମାଣ ହୋଇପାରୁ ଥିଲା।ଏପରିକି ଗ୍ରାମରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ସମ୍ମୁଖରେ ପାଣି ଜମାହୋଇ କୃତ୍ରିମ ବନ୍ଧ ସୃଷ୍ଟି ହେଉଥିଲା। ଗ୍ରାମବାସୀ କେସିଙ୍ଗା ତହସିଲ କାର୍ଯ୍ୟାଳୟ ଯାଇ ତହସିଲଦାରଙ୍କୁ ସାକ୍ଷାତ କରି ଜବର ଦଖଲ ଉଚ୍ଛେଦ ପାଇଁ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି କସୃପଡା ଗ୍ରାମ ପଞ୍ଚାୟତର ରାଜସ୍ବ ନିରୀକ୍ଷକଙ୍କୁ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଥିଲେ। ଜବର ଦଖଲ କରିଥିବା ୨୯ଟି ଘରକୁ ଚିହ୍ନଟ କରିବା ପରେ କେସିଙ୍ଗା ତହସିଲଦାର କାର୍ଯ୍ୟାଳୟ ପକ୍ଷରୁ ଜବରଦଖଲକାରୀଙ୍କୁ ସରକାରୀ ଜମି ଉଚ୍ଛେଦ ପାଇଁ ଦୁଇ ଥର ନୋଟିସ ପଠାଯାଇଥିଲା କିନ୍ତୁ ଜବରଦଖଲକାରୀ ନୋଟିସର କୌଣସି ଜବାବ କିମ୍ବା ଜବର ଦଖଲ ନ ହଟାଇବାରୁ ଗତକାଲି ନିଜେ ତହସିଲଦାର ସ୍ଥାନୀୟ ପୋଲିସର ସହାୟତାରେ ସରକାରୀ ରାସ୍ତା ଉପରେ ଜବର ଦଖଲ କରିଥିବା ପ୍ରାୟ ୨୯ଟି ଘରକୁ ଜେସିପି ଲଗାଇ ଭାଙ୍ଗି ଜବର ଦଖଲ ଉଚ୍ଛେଦ କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଗ୍ରୀଷ୍ମପ୍ରବାହରେ ଲୋକମାନେ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଉଚ୍ଛେଦ କାର୍ଯ୍ୟରେ ଅତିରିକ୍ତ ତହସିଲଦାର ବିବେକାନନ୍ଦ ସାମଲ,ରାଜସ୍ବ ସୁପର ଭାଇଜର ହିମାଂଶୁ ପ୍ରଧାନ, ରାଜସ୍ବ ନିରୀକ୍ଷକ କୌଶଲ୍ୟା ବାଗ, ଆରଆଇ ଜି.ସିଲାଜିତ, ଅମିତ ଜୟଶ୍ରୀଦାସ ସମେତ କେସିଙ୍ଗା ପୋଲିସ କର୍ମଚାରୀ ଉପସ୍ଥିତରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?