ବରଗଡ଼ରେ ପୁଣି ମାଡ଼ିଲା ବୁଲଡୋଜର

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ସହର ରାସ୍ତାପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର୍‌ କରିଛି। ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ଭଟଲି ଛକ ରାସ୍ତାପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ସରିବା ପରେ ଗାନ୍ଧିଛକରୁ କେନାଲ ଛକ ରାସ୍ତାପାର୍ଶ୍ୱରୁ ଜବରଦଖଲ ହଟାଯିବା ରବିବାରରୁ ଆରମ୍ଭ ହୋଇଛି। ଅନ୍ୟପଟେ ସହରବାସୀଙ୍କ ଦୀର୍ଘବର୍ଷର ଦାବି ହୋଇ ରହି ଆସିଥିବା ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ରାସ୍ତା ପାର୍ଶ୍ୱ ଜବରଦଖଲ ଉଚ୍ଛେଦ ମାପଚୁପ ପରେ ନ୍ୟାୟାଳୟର ବିଚାର ପ୍ରକ୍ରିୟାରେ ଅଟକି ରହିଛି। ଏଭଳି ସ୍ଥିତିରେ ସହରର ଯେଉଁଠି ମଧ୍ୟ ଉଚ୍ଛେଦ ପ୍ରକ୍ରିୟା ଚାଲିଲେ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ରାସ୍ତା ପାର୍ଶ୍ୱ ଜବରଦଖଲ ଉଚ୍ଛେଦ କେବେ ହେବ ବୋଲି ସହରବାସୀଙ୍କ ମନରେ ଆପେ ପ୍ରଶ୍ନ ଉଠୁଛି। ତେବେ ଲମ୍ବା ବିଲଡ଼ିଂ ଛକରୁ ଭଟଲି ଛକ ହେଉ କିମ୍ବା ଗାନ୍ଧିଛକରୁ କେନାଲ ଛକ ଜବରଦଖଲ ଉଚ୍ଛେଦରେ ପ୍ରଶାସନିକ ତପତ୍ରତା ଏବଂ ଉଚ୍ଛେଦରେ ପ୍ରଭାବିତ ଲୋକଙ୍କ ସହଯୋଗ ଯେଭଳି ପରିଲକ୍ଷିତ ହେଉଛି, ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ରାସ୍ତା ପାର୍ଶ୍ୱ ଜବରଦଖଲ ଉଚ୍ଛେଦ କଥା ଉଠିଲେ, ତାହା କାହିଁକି ପରିଲକ୍ଷିତ ହେଉ ନାହିଁ ବୋଲି ଏବେ ସହରର ଚା ଖଟିଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଲୋକେ ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri