ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ ନୀଳଚକ୍ର ନଗରର ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ଟି ଘର ଉପରେ ବୁଲଡୋଜର ଚାଳାଇଥିବା ବେଳେ ମଙ୍ଗଳବାର ତାଙ୍କ ଜ୍ୱାଇଁ ଟିକି ଖାଁଙ୍କ ଘଉ ଉପରେ ପୋଲିସ ପକ୍ଷରୁ ବୁଲଡୋଜର ଚାଲିଛି । ଟିକି ଖାଁଙ୍କ ଏକାସାଙ୍ଗରେ ତିନିତିନୋଟି ଘର ଉପରେ ବୁଲଡୋଜର ଚାଲିଛି।
ବୁଲଡୋଜର ପୁରୀ ସଦରଥାନା ଅନ୍ତର୍ଗତ ନୀଳଚକ୍ର ନଗରରେ ଟିକି ଖାଁର ଥିବା ଦୁଇଟି ଘର ସହ ହୁଳୁହିଳିଆ ପୋଲ ନିକଟରେ ଥିବା ଏକ ଦୋକାନ ଘରକୁ ପ୍ରଶାସନ ଜେସିପି ଲଗାଇ ଭାଙ୍ଗିଛି । ତେବେ ଟିକି ଖାଁ ପୂର୍ବରୁ ଅନେକ ଥର ନିଶା କାରବାର ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ବେଳେ ଜେଲ୍‌ରୁ ମୁକୁଳି ପୁଣି ସେଇ ନିଶା କାରବାର ଘଟଣାରେ ଲିପ୍ତଥିଲେ। ତେବେ ସହରେ ନିଶା କାରବାର କରୁଥିବା ଅପରାଧୀଙ୍କୁ ସବାଡ କରିବା ଉଦ୍ଦେଶ୍ୟରେ ପୋଲିସ ପକ୍ଷରୁ ଅପରେଶନ ଚକ୍ର କାର୍ଯ୍ୟକାରୀ କରାଯାଉଛି । ଏହି ଅପରାଧିକ ଘର ଉପରେ ବୁଲଡୋଜର୍‌ ଚାଲିଛି । କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ଘର ଭଙ୍ଗାଯାଇଛି । ଭଙ୍ଗା ସମୟରେ ଅତିରିକ୍ତ ତହସିଲଦାରଙ୍କ ସହ ଥାନା ଅଧିକାରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ । ତେବେ ସ୍ଥାନୀୟ ବାସିନ୍ଦା, ମହିଳା ମାନେ ପୋଲିସର ପଦକ୍ଷେପକୁ ସ୍ବାଗତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri