ଅବକାରୀ ମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ, କହିଲେ ଏଣିକି ମଦଭାଟିରେ ଚାଲିବ ବୁଲ୍‌ଡୋଜର

ଭୁବନେଶ୍ୱର,୨୨ା୮: ଚୋରା ମଦ କାରବାର ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଯେଉଁଠି ଚୋରା ମଦଭାଟି ଥିବା ଜଣାପଡ଼ିବ ସେଠାରେ ବୁଲ୍‌ଡୋଜର ଚଲାଇ ତାକୁ ଧୂଳିସାତ୍‌ କରାଯିବ। ସେ କହିଛନ୍ତି, ବର୍ତ୍ତମାନ ସାରା ରାଜ୍ୟରେ ଚଢ଼ାଉ କରାଯାଉଛି, ଇତିମଧ୍ୟରେ ୧୧୭ ଜଣଙ୍କୁ ଗିରଫ କରାଯାଇସାରିଲାଣି। ଗଞ୍ଜାମର ଚିକିଟି ଘଟଣାରେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକଙ୍କୁ ବଦଳି କରାଯାଇଥିବା ବେଳେ ଦୁଇ ଜଣ ଅବକାରୀ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନିକଟରେ ଗଞ୍ଜାମ ଜିଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସମ୍ପର୍କରେ ସବିଶେଷ ତଥ୍ୟ ମାଗିଥିଲେ। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ  ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୧୧୭ ଜଣଙ୍କୁ ଗିରଫ କରାଯାଇଛି। ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋର୍‌ଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri