ଅବକାରୀ ମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ, କହିଲେ ଏଣିକି ମଦଭାଟିରେ ଚାଲିବ ବୁଲ୍‌ଡୋଜର

ଭୁବନେଶ୍ୱର,୨୨ା୮: ଚୋରା ମଦ କାରବାର ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଯେଉଁଠି ଚୋରା ମଦଭାଟି ଥିବା ଜଣାପଡ଼ିବ ସେଠାରେ ବୁଲ୍‌ଡୋଜର ଚଲାଇ ତାକୁ ଧୂଳିସାତ୍‌ କରାଯିବ। ସେ କହିଛନ୍ତି, ବର୍ତ୍ତମାନ ସାରା ରାଜ୍ୟରେ ଚଢ଼ାଉ କରାଯାଉଛି, ଇତିମଧ୍ୟରେ ୧୧୭ ଜଣଙ୍କୁ ଗିରଫ କରାଯାଇସାରିଲାଣି। ଗଞ୍ଜାମର ଚିକିଟି ଘଟଣାରେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକଙ୍କୁ ବଦଳି କରାଯାଇଥିବା ବେଳେ ଦୁଇ ଜଣ ଅବକାରୀ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନିକଟରେ ଗଞ୍ଜାମ ଜିଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସମ୍ପର୍କରେ ସବିଶେଷ ତଥ୍ୟ ମାଗିଥିଲେ। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ  ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୧୧୭ ଜଣଙ୍କୁ ଗିରଫ କରାଯାଇଛି। ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋର୍‌ଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?