ବୁଲିଲା ବୁଲ୍‌ଡୋଜର, ପାଲବଣିରୁ ମେଡିକାଲ କଲେଜ ରାସ୍ତା ଉଚ୍ଛେଦ

ବାରିପଦା,୨୮ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପ୍ରଶାସନ ଓ ବାରିପଦା ପୌରପରିଷଦ ପକ୍ଷରୁ ସରକାରୀ ଜମି ଉପରେ ବୁଲଡୋଜର ବୁଲୁଛି। ପାଲବଣିରୁ ପିଆରଏମ ମେଡିକାଲ କଲେଜକୁ ସଂଯୋଗ କରୁଥିବା ରାସ୍ତାର ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ୪ ଲେନ୍‌ ବିଶିଷ୍ଟ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ପାଇଁ ଜବରଦଖଲ ମୁକ୍ତ କରିବା ନିମନ୍ତେ ପ୍ରଶାସନ ପକ୍ଷରୁ ୬ଟି ବୁଲଡୋଜର ଉଚ୍ଛେଦ ପ୍ରକ୍ରିୟାରେ ନିୟୋଜିତ ରହିଛନ୍ତି। ବାରିପଦା ସଦର ଉପଜିଲାପାଳ ଡ.ଦୟାସିନ୍ଧୁ ପରିଡ଼ା ମାଜିଷ୍ଟ୍ରେଟ୍‌ ଭାବେ ରହିଥିବା ବେଳେ ଶାନ୍ତିଶୃଙ୍ଖଳା ନିମନ୍ତେ ବାରିପଦା ତହସିଲଦାର, ଟାଉନ ଥାନାଧିରାରୀ ସମେତ ୪ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ ରହିଛନ୍ତି।

ସୂଚନାନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ଉକ୍ତ ୬୧ ନମ୍ବର ରାଜ୍ୟ ରାଜପଥର ପାଲବଣିରୁ ମେଡିକାଲ କଲେଜ ପର୍ଯ୍ୟନ୍ତ ୫କିମି ରାସ୍ତା ୪ ଥାକିଆ ବିଶିଷ୍ଟ ହେବ। ପୂର୍ତ୍ତବିଭାଗ ପକ୍ଷରୁ ଏଥିପାଇଁ ୪୦,୬୬,୪୪,୯୯୫ ଟଙ୍କାରେ ଉକ୍ତ କାର୍ଯ୍ୟ ହେବାକୁ ଥିବା ବେଳେ ଅନ୍‌ଲାଇନ ଟେଣ୍ଡର ଆହ୍ବାନ କରାଯାଇଛି। ସର୍ଭିସ ରୋଡ୍‌ ସମେତ ୪ ଥାକିଆ ହେବ। ରାସ୍ତାର ପ୍ରଶସ୍ତିକରଣ ହୋଇ ୨୯ରୁ ୩୦ ମିଟର ହେବ। ବର୍ତ୍ତମାନ ପ୍ରଶସ୍ତିକରଣ କାର୍ଯ୍ୟ ପାଲବଣିରୁ ରଙ୍ଗମାଟିଆ ପର୍ଯ୍ୟନ୍ତ ହେଉଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ବାକି ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri