ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ ବୁଧବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି।
ପ୍ରକାଶ ଯେ, ଦାରିଙ୍ଗବାଡିର ୪ ଛକ ନିକଟ ୫୯ ନଂ ଜାତୀୟ ରାଜପଥ କଡ଼ରୁ ପାଟ୍ଟଖଣ୍ଡା ମନ୍ଦିର ରୋଡ଼ରେ ଏକାଧିକ ଲୋକ ସରକାରୀ ଜମିକୁ ଜବରଦଖଲ କରି ଦୀର୍ଘବର୍ଷ ହେଲା  ରହି ଆସୁଥିଲେ। ସେମାନଙ୍କୁ ପୂର୍ବରୁ ନୋଟିସ କରାଯାଇଥିଲା। ମାତ୍ର ଜବରଦଖଲ କାରୀମାନେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ପରେ ଏହାର ଶୁଣାଣି ପାଇଁ ଉପଜିଲାପାଳଙ୍କୁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେବା ପରେ ଉପଜିଲାପାଳ ଏହାର ଉଚ୍ଛେଦ ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ବୋଲି ତହସିଲଦାର ଧୀରଜ ପାତ୍ର କହିଛନ୍ତ।
ସେପଟେ ସେଠାରେ ଦୀର୍ଘବର୍ଷ ଧରି ରହି ଆସୁଥିବା ପରିବାର ପ୍ରଶାସନକୁ ଦାୟୀ କରିବା ସହ ତାଙ୍କୁ ଥଇଥାନ ନ କରି ଘର ଭାଙ୍ଗିବା ଘଟଣାକୁ ନିନ୍ଦା କରିଛନ୍ତି। ଏହାସହ ରାଜରାସ୍ତାକୁ ସେମାନେ ବାସସ୍ଥାନ କରିବେ ବୋଲି ଚେତାବନୀ  ଦେଇଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ ସବନ୍ସପେକ୍ଟର ବାସନ୍ତି ବେହେରା, ଏସ.କେ ଇମଦାଦ, ଏଏସଆଇ ଶ୍ରୀନିବାସ ରାଓ, ଅର୍ଜୁନ ଶବର ସଦଳବଳ ଉପସ୍ଥିତିିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri