ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର ସାଢେ ଦଶଟା ରାତିରେ ଏକ ବୁଲେଟ ଗାଡି କୌଣସି କାରଣରୁ ଦୁର୍ଘଟଣା ହେବାରୁ ଶୋଚନୀୟ ଭାବେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ଚାଳକଙ୍କର ନାମ ମଣ୍ଟୁ ଘଡେଇ ପାତ୍ର (୪୨) ।

ସୂଚନା ଅନୁସାରେ, ସେ ଓଡି୨୦ସି୪୫୧୯ନମ୍ବର ବିଶିଷ୍ଟ ବୁଲେଟ ଗାଡିରେ ଦ୍ରୁତଗତିରେ ଯାଉଥିବା ସମୟରେ ଆର୍. ସୀତାପୂର ଗ୍ରାମ ନିକସ୍ଥ ଏକ ବୁଲାଣିଆ ରାସ୍ତାରେ ଦୁର୍ଘଟଣା ଘଟିଥିବାର ଜଣାଯାଇଛି । ଘଟଣାରୁ ପ୍ରକାଶ ଯେ, ମଣ୍ଟୁ ନିଜ ସାଙ୍ଗଙ୍କ ଦେହ ଖରାପ ହୋଇଥିବାରୁ ସେ ତାଙ୍କ ସାଙ୍ଗଙ୍କୁ ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଏହାପରେ ସେ ରାତି ଦଶଟା ସମୟରେ ନିଜ ଗ୍ରାମ ଆର୍.ଉଦୟଗିରି ଅଭିମୁଖେ ଯାଉଥିଲେ। ଏହି ସମୟରେ ଦୁର୍ଘଟଣା ଘଟିଥିବାର ଜଣାପଡିଛି । ଘଟଣାସ୍ଥଳରେ ଗୁରାଣ୍ଡି ପୋଲିସ ପହଞ୍ଚି ତଦନ୍ତ କରିବା ସହ ଶବକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?