ବୁଲେଟ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ବାଇକ୍‌ ଆରୋହୀଙ୍କ ଜୀବନ

ଓଡଗାଁ,୩୦।୯(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ ୨୧ ନମ୍ବର ରାଜ୍ୟ ରାଜପଥ ଗୋଡିପଲି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୁଲେଟ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୩ଜଣ ଯୁବକଙ୍କ ମୃତ୍ୟୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ବାଣ୍ଠପୁର ପଞ୍ଚାୟତ ଚେମେଡି ଗ୍ରାମର ମୋହନ ବାରିକ ବୁଲେଟ୍‌ (ନଂ.ଓଡି୨୫କ୍ୟୁ-୯୨୮୫)ରେ ଗାଁରୁ ବାହାରି କୋମଣ୍ଡ-ବାଘୁଆ ଛକ ହୋଇ ଆସୁଥିଲେ। ସେତିକିବଳେ କେନ୍ଦ୍ରାପଡ଼ାର ସନ୍ତୋଷ କୁମାର ରାଉତରାୟ(୩୫) ଏବଂ ସମ୍ପର୍କୀୟ ଭାଇ ଗଞ୍ଜାମ ଜିଲା କରସିଂ ଗ୍ରାମର ସିଲୁ ନାୟକ(୨୪) ବାଇକ୍‌(ନଂ.ଓଡି୨୯ଡି-୨୪୪୮)ରେ ଗାଁକୁ ଯାଉଥିଲେ। ହେଲେ ଗୋଡିପଲି ପେଟ୍ରୋଲ ପମ୍ପ ନିକଟରେ ବୁଲେଟ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

ଦେଖଣାହାରୀଙ୍କ କହିବା ଅନୁସାରେ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡି ସହିତ ୩ଜଣ ବାଇକ୍‌ ଆରୋହୀ ପ୍ରାୟ ୧୦ଫୁଟ ଉପରକୁ ଉଠି ରାସ୍ତା ଉପରେ କଚାଡି ହୋଇ ପଡ଼ିଥିଲେ। ଫଳରେ ସେମାନେ ଗୁରୁତର ହୋଇଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଦାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ ୨ଟି ଗାଡି ସହ ୩ଟି ମୋବାଇଲ ଫୋନ ସହିତ ମୃତଦେହ ଜବତ କରି ମାମଲାର ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ସମ୍ପର୍କୀୟ ହସ୍ପିଟାଲ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।

ଅନ୍ୟପକ୍ଷେ ମୃତ ମୋହନ ମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ସେ ନୂଆଁ ବୁଲେଟ୍‌ କିଣିଥିଲେ। ୨ ବାଇକ୍‌ ଆରୋହୀ ସମ୍ପର୍କୀୟ ଭାଇ ହୋଇଥିବା ବେଳେ ସନ୍ତୋଷ ନିଜ ମାମୁଁ ପୁଅ ଭାଇ ସିଲୁଙ୍କ ସହିତ ସଉଦା କରିବାକୁ ଓ ଆସି କରସିଂ ଫେରୁଥିବା ଜଣାପଡି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri