ବୁଲେଟ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ବାଇକ୍‌ ଆରୋହୀଙ୍କ ଜୀବନ

ଓଡଗାଁ,୩୦।୯(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ ୨୧ ନମ୍ବର ରାଜ୍ୟ ରାଜପଥ ଗୋଡିପଲି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୁଲେଟ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୩ଜଣ ଯୁବକଙ୍କ ମୃତ୍ୟୁ ହୋଇଛି।

ମିଳିଥିବା ସୂଚନା ମୁତାବକ, ବାଣ୍ଠପୁର ପଞ୍ଚାୟତ ଚେମେଡି ଗ୍ରାମର ମୋହନ ବାରିକ ବୁଲେଟ୍‌ (ନଂ.ଓଡି୨୫କ୍ୟୁ-୯୨୮୫)ରେ ଗାଁରୁ ବାହାରି କୋମଣ୍ଡ-ବାଘୁଆ ଛକ ହୋଇ ଆସୁଥିଲେ। ସେତିକିବଳେ କେନ୍ଦ୍ରାପଡ଼ାର ସନ୍ତୋଷ କୁମାର ରାଉତରାୟ(୩୫) ଏବଂ ସମ୍ପର୍କୀୟ ଭାଇ ଗଞ୍ଜାମ ଜିଲା କରସିଂ ଗ୍ରାମର ସିଲୁ ନାୟକ(୨୪) ବାଇକ୍‌(ନଂ.ଓଡି୨୯ଡି-୨୪୪୮)ରେ ଗାଁକୁ ଯାଉଥିଲେ। ହେଲେ ଗୋଡିପଲି ପେଟ୍ରୋଲ ପମ୍ପ ନିକଟରେ ବୁଲେଟ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

ଦେଖଣାହାରୀଙ୍କ କହିବା ଅନୁସାରେ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡି ସହିତ ୩ଜଣ ବାଇକ୍‌ ଆରୋହୀ ପ୍ରାୟ ୧୦ଫୁଟ ଉପରକୁ ଉଠି ରାସ୍ତା ଉପରେ କଚାଡି ହୋଇ ପଡ଼ିଥିଲେ। ଫଳରେ ସେମାନେ ଗୁରୁତର ହୋଇଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଦାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ ୨ଟି ଗାଡି ସହ ୩ଟି ମୋବାଇଲ ଫୋନ ସହିତ ମୃତଦେହ ଜବତ କରି ମାମଲାର ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ସମ୍ପର୍କୀୟ ହସ୍ପିଟାଲ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।

ଅନ୍ୟପକ୍ଷେ ମୃତ ମୋହନ ମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ସେ ନୂଆଁ ବୁଲେଟ୍‌ କିଣିଥିଲେ। ୨ ବାଇକ୍‌ ଆରୋହୀ ସମ୍ପର୍କୀୟ ଭାଇ ହୋଇଥିବା ବେଳେ ସନ୍ତୋଷ ନିଜ ମାମୁଁ ପୁଅ ଭାଇ ସିଲୁଙ୍କ ସହିତ ସଉଦା କରିବାକୁ ଓ ଆସି କରସିଂ ଫେରୁଥିବା ଜଣାପଡି।

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri