ଘରୁ ଔଷଧ ଆଣିବାକୁ ବୁଲେଟ୍‌ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..

ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ଗାଡ଼ିରେ ଭୟଙ୍କର ନିଆଁ ଲାଗିଯାଇଥିଲା। ଏହି ଦୁର୍ଘଟଣାରେ ବୁଲେଟ୍‌ରେ ଯାତ୍ରା କରୁଥିବା ଦୁଇ ଭାଇ ରାଜେଶ ନାୟକ (୨୨) ଓ ସିପୁ ନାୟକ (୧୯) ଗୁରୁତର ଆହତ ହୋଇଛନ୍ତି।  ଉଭୟ ଟିକାବାଲି ଥାନା ବେଡାସୁଗା ଗ୍ରାମର ବାସିନ୍ଦା ଅଟନ୍ତି। ଦୁହେଁ ବର୍ତ୍ତମାନ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ରହିଛନ୍ତି ଏବଂ ସେମାନଙ୍କ ଅବସ୍ଥା ଗୁରୁତର ବୋଲି ଜଣାପଡ଼ିଛି।

ସୂଚନା ମୁତାବକ, ଦୁଇ ଭାଇ ଔଷଧ ଆଣିବା ପାଇଁ ବୁଲେଟ ଯୋଗେ ଭଞ୍ଜନଗର ବ୍ଲକ କୁଲାଙ୍ଗୀ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଡିଜାୟର କାର ସହ ଡୁଙ୍ଗି ନିକଟରେ ଧକ୍କା ହୋଇଥିଲା। ଧକ୍କା ପରେ କିଛି ସେକେଣ୍ଡ ମଧ୍ୟରେ ଉଭୟ ଗାଡ଼ିରେ ନିଆଁ ଲାଗିଯାଇଥିଲା। ସୌଭାଗ୍ୟବଶତଃ କାରରେ ଥିବା ଦମ୍ପତି ନିଆଁ ବ୍ୟାପିବା ପୂର୍ବରୁ ଗାଡ଼ିରୁ ବାହାରି ଆସିଥିବାରୁ ସେମାନଙ୍କ କୌଣସି ଅସୁବିଧା ହୋଇନାହିଁ। ସ୍ଥାନୀୟ ଲୋକେ ଆହତ ଦୁଇ ଭାଇଙ୍କୁ ଉଦ୍ଧାର କରି ଟିକାବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପରେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ତା’ପରେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଟିକାବାଲି ପୋଲିସ ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡ଼ିକୁ ଜବତ କରି ତଦନ୍ତ ଜାରି ରଖିଛି। ଥାନା ଅଧିକାରୀଙ୍କ ସୂଚନା ଅନୁସାରେ ସା ପର୍ଯ୍ୟନ୍ତ ପରିବାର ପକ୍ଷରୁ କୌଣସି ଲିଖିତ ଏତଲା ଦିଆଯାଇ ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri