ବୁଲେଟ୍‌ ଚୋରି କରି ମାଲିକଙ୍କୁ କାଙ୍ଗାଳ କରିଦେବାକୁ ଧମକ ଦେଉଛନ୍ତି ଦୁର୍ବୃତ୍ତ

ଗଞ୍ଜାମ,୧୩ା୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଗୋଖରକୁଦା ଗ୍ରାମରୁ ଗତ ୧ ତାରିଖରେ ସୁରେନ୍ଦ୍ର ସାହୁଙ୍କ ଓଡି ୦୭ ଏଜେ ୧୭୮୧ ନମ୍ବର ବିଶିଷ୍ଟ ନୂଆ ବୁଲେଟ୍‌କୁ କେହି ଦୁର୍ବୃତ୍ତ ଚୋରି କରି ନେଇଯାଇଛନ୍ତି। ବୁଲେଟ ମାଲିକଙ୍କ ଅଭିଯୋଗ ପରେ ଗଞ୍ଜାମ ଥାନା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି କିନ୍ତୁ ଉକ୍ତ ବୁଲେଟ୍‌ ଚୋରି ଘଟଣାକୁ ୧୩ ଦିନ ବିତିଯାଇଥିଲେ ମଧ୍ୟ ପୋଲିସର ହାତ ଖାଲି ରହିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ବୁଲେଟ ମାଲିକ ସୁରେନ୍ଦ୍ରଙ୍କୁ କେହି ଫୋନ୍‌ରେ ତତେ ଆହୁରି ହଇରାଣ କରିବି ଏବଂ ପୂରା କାଙ୍ଗାଳ କରିଦେବି ବୋଲି ବାରମ୍ବାର ଧମକ ଆସୁଥିବା ସେ ପୁଣି ଏକ ଏତଲା ଗଞ୍ଜାମ ଥାନାରେ ଦେଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ସୁରେନ୍ଦ୍ର ବାଡ଼ିପଟେ ବୁଲେଟଟି ରଖିଥିଲେ l କେହି ଦୁର୍ବୃତ୍ତ ଶାବଳ ଆଣି ସେଥିରେ ତାଲା ଭାଙ୍ଗି ବୁଲେଟ ନେଇଯାଇଥିଲେ। ଶାବଳ ଛାଡ଼ି ବୁଲେଟ ଧରି ଚମ୍ପଟ ମାରିଥିଲେ l ଶାବଳଟି ଗୋଖରକୁଦା ଗ୍ରାମର ବୋଲି ବୁଲେଟ ମାଲିକ ଚିହ୍ନଟ କରିଥିବା ବେଳେ ପୋଲିସ ତଦନ୍ତ କଲେ ନିଶ୍ଚିତ ଭାବେ ଘଟଣା ଜଣାପଡ଼ିବ। ଏନେଇ ସେ ଗଣମାଧ୍ୟମକୁ କହିଛନ୍ତି। ଏସମ୍ପର୍କରେ ଥାନା ଏସ୍‌ଆଇ ନାରାୟଣ କହଁରଙ୍କୁ ପଚାରିବାରୁ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚାଲିଛି । ଖୁବ୍‌ଶୀଘ୍ର ଅଭିଯୁକ୍ତ ଧରାପଡ଼ିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri