ଅଶାନ୍ତ ରାଉରକେଲା: ରାତି ଅଧରେ ଫୁଟିଲା ଗୁଳି; ସୁନା ଦୋକାନୀଙ୍କୁ ହତ୍ୟା ପରେ ଲୁଟ୍‌

ରାଉରକେଲା ଅଫିସ,୧୯।୧୨: ଅଶାନ୍ତ ହୋଇ ପଡିଛି ରାଉରକେଲା ସହର। ଲୁଟେରାମାନେ ରାସ୍ତାଘାଟରେ ନିର୍ଭୟରେ ଓ ଅବାଧରେ ବୁଲିବା ସହ ଲୋକମାନଙ୍କୁ ଲୁଟୁଛନ୍ତି ଓ ଗୁଳି ଫୁଟାଇ ହତ୍ୟା କରୁଛନ୍ତି। ପୁଲିସ ମଧ୍ୟ ସେମାନଙ୍କର ଟେର୍‌ ବି ପାଉନାହିଁ। ଏଭଳି ଏକ ଘଟଣାକ୍ରମରେ ଗୁରୁବାର ରାତିରେ ଜନଗହଳିପୂର୍ଣ୍ଣ ଅଞ୍ଚଳ ରାଉରକେଲା ସରକାରୀ ଡାକ୍ତରଖାନା (ଆରଜିଏଚ୍‌) ଓଭରବ୍ରିଜ ଉପରେ ସୁନା ଦୋକାନୀ ସରୋଜ କୁମାର ସାହୁଙ୍କୁ ଗୁଳି କରି ଲୁଟେରାମାନେ ଟଙ୍କା ଲୁଟି ନେଇଛନ୍ତି। ଡାକ୍ତରଖାନାରେ ସରୋଜଙ୍କୁ ମୃତ ଘୋଷଣା କରା ଯାଇଛି। ଦୁର୍ବୃତ୍ତମାନେ କେତେ ଟଙ୍କା ଲୁଟ କରିଛନ୍ତି ତାହା ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଜଣାପଡିନାହିଁ।

ସରୋଜଙ୍କର ଏସ୍‌ଟିଆଇ ଛକ ଗଣେଶ ମାର୍କେଟରେ ‘ବନଦୁର୍ଗା’ ନାମରେ ସୁନା ଦୋକାନ ରହିଛି। ପ୍ରତିଦିନ ପରି ରାତି ପ୍ରାୟ ୧୦ଟାରେ ସରୋଜ ଦୋକାନ ବନ୍ଦ କରି ମୋଟରବାଇକରେ ଘରକୁ ଫେରୁଥିଲେ। ଆରଜିଏଚ ନିକଟ ଓଭରବ୍ରିଜ ଯିବା ମାତ୍ରେ ତାଙ୍କୁ ପିଛା କରୁଥିବା ଦୁଇ ଦୁର୍ବୃତ୍ତ ବାଇକରେ ଥାଇ ତିନିରୁ ଅଧିକ ରାଉଣ୍ଡ ଗୁଳି ଚଳାଇଥିଲେ। ଦୁଇଟି ଗୁଳି ତାଙ୍କ ମୁଣ୍ଡ ଓ ପେଟରେ ବାଜିବାରୁ ସରୋଜ ବାଇକ ସହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡିଯାଇଥିଲେ। ସରୋଜ ଚେତାଶୂନ୍ୟ ହୋଇଯିବା ପରେ ଦୁଇ ଦୁର୍ବୃତ୍ତ ଟଙ୍କା ବ୍ୟାଗ ଲୁଟ୍‌ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆରଜିଏଚ୍‌ ଓ ପରେ ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍‌) ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରଘୁନାଥପାଲୀ ଓ ଉଦିତନଗର ପୁଲିସ ଏବଂ ପରେ ରାଉରକେଲା ଏସ୍‌ପି କେ. ଶିବା ସୁବ୍ରମଣୀ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛନ୍ତି।

ସୂଚନାଯୋଗ୍ୟ, ଗତ ୪ ଦିନ ତଳେ ବେଦବ୍ୟାସ ସିଂହଟୋଲା ନିକଟରେ ସମାନଧରଣର ଗୁଳିକାଣ୍ଡ ଘଟିଥିଲା। ଲୁଟେରାମାନେ ସୁନା ଦୋକାନୀଙ୍କୁ ଗୁଳି ମାଡ କରିଥିଲେ। ତେବେ ଗୁଳି ତାଙ୍କ ଦେହରେ ନ ବାଜି ମୋଟରବାଇକ ପଛରେ ବସିଥିବା ତାଙ୍କ ମା’ଙ୍କ ଦେହରେ ବାଜିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆଇଜିଏଚ୍‌ ପରେ ସମ୍ବଲପୁର ବୁର୍ଲାକୁ ପଠାଯାଇଥିଲା। ଏବେ ସହରରେ ପୁଣି ଗୁଳିକାଣ୍ଡ ପୁଲିସର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri