ବନ୍ୟା ପରେ ଷଣ୍ଢ ଉପଦ୍ରବ: ଚାଷୀ ଅସ୍ତବ୍ୟସ୍ତ

ବାଲିଆ,୫ା୯(ସ୍ବ.ପ୍ର.):ଗତ ୩ ସପ୍ତାହ ପୂର୍ବେ ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟାପରେ ବିରିଡି ବ୍ଲକର ବିଭିନ୍ନ ଧାନ ଜମି ଜଳାର୍ଣ୍ଣବ ହୋଇଯାଇଥିଲା। ବହୁ ଚାଷୀଙ୍କ ରୁଆ ଧାନ ପଚି ନଷ୍ଟ ହୋଇଯାଇଥିଲା। ଫଳରେ ଜମି ସବୁ ଏକ ରକମ ପଡ଼ିଆ ପଡିଯାଇଥିଲା। କେତେଜଣ ଚାଷୀ ବିଭିନ୍ନ ଅଞ୍ଚଳରୁ ତଳି ସଂଗ୍ରହ କରି ନଷ୍ଟ ହୋଇଥିବା ଜମିରେ ମାତ୍ରାଧିକ ଖର୍ଚ୍ଚ କରି ପୁନର୍ବାର ଧାନ ତଳି ରୋଇଥିଲେ। ଏବେ ଷଣ୍ଢ ଉପଦ୍ରବ ସେମାନଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଉଚ୍ଚା ଜମିରେ ରୁଆ ହୋଇଥିବା ଧାନ ସବୁ ଏବେ ବଢି କଳା ଧରିଥିବା ବେଳେ ବୁଲା ଷଣ୍ଢ ପଶି ଧାନ ଖାଇବା ସହ ଗୋଡରେ ଧାନ ଗଛ ସବୁ ଚକଟି ନଷ୍ଟ କରି ଦେଉଛନ୍ତି। ଏନେଇ ଚାଷୀମାନେ ହତାଶ ହୋଇପଡ଼ିଛନ୍ତି। ସରକାରଙ୍କ ପକ୍ଷରୁ ଷଣ୍ଢ ଉପଦ୍ରବ ରୋକିବାର କୌଣସି ବ୍ୟବସ୍ଥା କରାଯାଇ ନ ଥିବାରୁ ବହୁ ଫସଲ ନଷ୍ଟ ହେଉଥିବା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିକାର ପାଇଁ ଜିଲାପାଳଙ୍କ ଜନଶୁଣାଣିରେ ବାରମ୍ବାର ଦାବି କରାଯିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ତୁରନ୍ତ ପଦକ୍ଷେପ ନେବାକୁ ଡମ୍ବରୁ ଧର ଲେଙ୍କା, ଗୋଲେଖ ଚନ୍ଦ୍ର ସାହୁ, ଧରଣୀଧର ରାଉତ, ରଜନିକାନ୍ତ ବେହେରା, ନାରାୟଣ ଦାସ, ଲକ୍ଷ୍ମୀଧର ସ୍ବାଇଁ, ରାଜକିଶୋର ଜେନା, ନାରାୟଣ ଦାସ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri