ବୁଲ୍ଲି ବାଈ ଆପ୍‌: ବ୍ରଜରାଜନଗରରୁ ଗିରଫ ହେଲେ ଏମ୍‌ବିଏ ଡିଗ୍ରୀଧାରୀ

ଝାରସୁଗୁଡ଼ା ଅଫିସ୍‌, ୨୦ା୧: ବିବାଦୀୟ ମୋବାଇଲ ଆପ୍ଲିକେଶନ (ଆପ୍‌) ‘ବୁଲ୍ଲି ବାଈ’କୁ ପ୍ରସ୍ତୁତ କରିବାରେ ସାମିଲ ଥିବା ଅଭିଯୋଗରେ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚର ସାଇବର ପୋଲିସ ଟିମ୍‌ ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଜଣେ ଏମ୍‌ବିଏ ଡିଗ୍ରୀଧାରୀଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ୨୮ ବର୍ଷୀୟ ନୀରଜ ସିଂ। ଏହାପୂର୍ବରୁ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ଜଣଙ୍କୁ ଗିରଫ କରାଯାଇଛି। ୫ମ ଅଭିଯୁକ୍ତ ଭାବେ ନୀରଜ ଗିରଫ ହେବା ପରେ ତାଙ୍କୁ ଝାରସୁଗୁଡ଼ା ଜିଲା ସିଜେଏମ୍‌ କୋର୍ଟରେ ହାଜର କରାଯାଇ ରିମାଣ୍ଡ ପାଇଁ ଆବେଦନ କରାଯାଇଥିଲା। କୋର୍ଟ ଅନୁମତି ପରେ ତାଙ୍କୁ ମୁମ୍ବାଇ ନିଆଯାଉଥିବା ଜଣାପଡ଼ିଛି।

ଗତ ୬ ତାରିଖରେ ବୁଲ୍ଲି ବାଈ ଆପ୍‌ର ମାଷ୍ଟରମାଇଣ୍ଡ ନୀରଜ ବିଷ୍ଣୋଇ (୨୧)ଙ୍କୁ ଦିଲ୍ଲୀ ପୋଲିସର ଇଣ୍ଟେଲିଜେନ୍ସ ଫ୍ୟୁଜନ ଏବଂ ଷ୍ଟ୍ରାଟେଜିକ୍‌ ଅପରେଶସନ୍ସ(ଆଇଏଫ୍‌ଏସ୍‌ଓ) ୟୁନିଟ୍‌ ଆସାମର ଜୋରାହାଟରୁ ଗିରଫ କରିଥିଲା। ଏହାପୂର୍ବରୁ ଜାନୁୟାରୀ ୪ ଓ ୫ରେ ଦ୍ୱାଦଶ ଶ୍ରେଣୀ ଛାତ୍ରୀ ଶ୍ୱେତା ସିଂ(୧୮) ଏବଂ ଇଞ୍ଜିନିୟରିଂ ଛାତ୍ର ମୟଙ୍କ ରାଓ୍ବଲ(୨୧)ଙ୍କୁ ଉତ୍ତରାଖଣ୍ଡରୁ ଏବଂ ଅନ୍ୟ ଜଣେ ଇଞ୍ଜିନିୟରିଂ ଛାତ୍ର ବିଶାଲ କୁମାର ଝା(୨୧)ଙ୍କୁ ବେଙ୍ଗାଲୁରୁରୁ ଗିରଫ କରାଯାଇଥିଲା। ସେମାନଙ୍କୁ ଜେରା ପରେ ଏହି ଘଟଣାରେ ଦେଶର ୨୫ରୁ ଊର୍ଦ୍ଧ୍ୱ ଯୁବତୀଯୁବକଙ୍କ ସମ୍ପୃକ୍ତି ଥିବା ପୋଲିସ ଜାଣିବାକୁ ପାଇଛି। ଏହାର ଲିଙ୍କ୍‌ ଓଡ଼ିଶାରେ ରହିଥିବା ଜଣାପଡିବା ପରେ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚ ସାଇବର ସେଲ୍‌ ସବ୍‌ଇନ୍ସପେକ୍ଟର ଗଣେଶ ସିର୍କା ଓ ତାଙ୍କ ସହଯୋଗୀ ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚତ୍ଥିଲେ। ଜିଲା ପୋଲିସ ସହାୟତାରେ ସେମାନେ ବ୍ରଜରାଜନଗର ସହରର ଇବ୍‌ପିଟ୍‌ରେ ରହୁଥିବା ନୀରଜ ସିଂଙ୍କ ଘରେ ଚଢାଉ କରି ତାଙ୍କୁ ଗିରଫ କରିଥିଲେ। ବୁଲ୍ଲି ବାଈ ଆପ୍‌ ଏବଂ ଏହାର ଟୁଇଟର ହ୍ୟାଣ୍ଡେଲ ତିଆରି କରିଥିବା ମୁଖ୍ୟ ଅଭିଯୁକ୍ତ ବିଷ୍ଣୋଇଙ୍କ ପ୍ଲାନିଂରେ ନୀରଜ ସାମିଲ ହୋଇଥିବା ସାଇବର ସେଲ୍‌ ଟିମ୍‌ର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri