ବୁଲୁ ମହାରଣାଙ୍କ ଚନ୍ଦ୍ରାୟାନ ୩ ମେଢ଼କୁ ନେଇ ଚର୍ଚ୍ଚା

କୋରାପୁଟ,୧୯।୯(ଅମିତାଭ ବେହେରା ) କୋରାପୁଟ ଜ଼ିଲାର ସେମିଳିଗୁଡା ସହରରେ ବିଶ୍ୱକର୍ମା ପୂଜା ମହା ଆଡମ୍ବର ସହକାରେ ଚାଲିଥିବାବେଳେ ସହରର ନନ୍ଦପୁର ରୋଡରେ ଥିବା ମହାରଣା ଗ୍ଲାସ ହାଉସ ଠାରେ ଚଳିତ ବର୍ଷ ହୋଇଥିବା ବିଶ୍ୱକର୍ମା ପୂଜା ମଣ୍ଡପର ଚନ୍ଦ୍ରାୟାନ ୩ ଆକାରର ମେଢ଼ ଏବେ ସମଗ୍ର ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ଗ୍ଲାସ ହାଉସ ମାଲିକ ବୁଲୁ ମହାରଣାଙ୍କ ପ୍ରଚେଷ୍ଟା ଓ ତାଙ୍କ ସହଯୋଗୀଙ୍କ ପ୍ରୟାସରେ ଚନ୍ଦ୍ରାୟାନ ୩ ମେଢ଼ କରି ଚନ୍ଦ୍ର ଉପରେ ବିଶ୍ୱକର୍ମା ମୂର୍ତ୍ତି ବସିବା ଓ ତାଙ୍କ ଚାରି ପଟେ ଲ୍ୟାଣ୍ଡର ବୁଲିବା ଚନ୍ଦ୍ରପୃଷ୍ଠରେ ଦେବ ଶିଳ୍ପୀ ବିଶ୍ୱକର୍ମା ପୂଜା ପାଇବା ପରି ଏକ ସୁନ୍ଦର ମେଢ଼ କରି ସୁନାମ ଅର୍ଜନ କରିଛନ୍ତି । ବୁଲୁ ମହାରଣାଙ୍କ ହାତ ତିଆରି ଚନ୍ଦ୍ରାୟାନ ୩ ବହୁତ ଆକର୍ଷଣୀୟ ହୋଇଛି l ଏହି ମେଢ଼କୁ ଦେଖିବା ପାଇଁ ବହୁ ସଂଖ୍ୟାରେ ଲୋକଙ୍କ ଭିଡ଼ ଜମିଥିବା ବେଳେ ସମସ୍ତେ ବୁଲୁଙ୍କୁ ପ୍ରଶଂସା କରିଛନ୍ତି ।

ବୁଲୁ ଷଷ୍ଠ ଶ୍ରେଣୀ ପର୍ଯ୍ୟନ୍ତ ପଢିବା ପରେ ଅଧାରୁ ପାଠ ଛାଡି ନିଜର କୌଳିକ ବୃତ୍ତି କାଠ କାମକୁ ଆଦରି ନେଇଛନ୍ତି । ପ୍ରତି ବର୍ଷ ବିଶ୍ୱକର୍ମା ପୂଜାରେ ନିଜ ମହାରଣା ଗ୍ଲାସ ହାଉସରେ ନିଆରା ଭାବେ ପୂଜା କରିଥାନ୍ତି । ବୁଲୁଙ୍କ ସହ ତାଙ୍କ ଭାଇ ସଞ୍ଜୟ ଏବଂ ଅନ୍ୟ ୧୫ଜଣ ଶିଳ୍ପୀ ମିଶି ଏହି ସୁନ୍ଦର ପ୍ରକଳ୍ପକୁ ତିଆରି କରିଛନ୍ତି। ଚନ୍ଦ୍ରାୟାନ-୩ମେଢ ବନାଇବା ପାଇଁ ଏକ ଲକ୍ଷରୁ ଉର୍ଦ୍ଧ ଟଙ୍କା ଖର୍ଚ୍ଚ ହୋଇଥିବା ବୁଲୁ ପ୍ରକାଶ କରିଛନ୍ତି । ପ୍ରତିବର୍ଷ ଦେଶରେ ଚର୍ଚ୍ଚିତ ଘଟଣା ଉପରେ ଏହି ଭଳି ଭାବେ ସେ ମେଢ଼ ପ୍ରସ୍ତୁତ କରୁଥିବା କହିଛନ୍ତି l ପୂର୍ବରୁ ପୁଲଓ୍ବାମା ଆକ୍ରମଣ ଆକାର ମେଢ଼ ଓ ୨୦୨୧ରେ କରୋନା ସମସ୍ୟା ଉପରେ ମଧ୍ୟ ମେଢ଼ କରିଥିବା ବୁଲୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri