Posted inଖେଳ

କୋହଲି-ପାଣ୍ଡ୍ୟାଙ୍କ କ୍ଲବରେ ବୁମ୍‌ରା

ନୂଆଦିଲ୍ଲୀ,୨୨।୮: ଭାରତୀୟ ଦଳ ବର୍ତ୍ତମାନ ଆୟର୍ଲାଣ୍ଡ ଗସ୍ତରେ ଅଛି। ଏଠାରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି ଭାରତ। ଏହି ସିରିଜର ପ୍ରଥମ ୨ ମ୍ୟାଚରେ ଟିମ ଇଣ୍ଡିଆ ସହଜରେ ୨-୦ ଅଗ୍ରଣୀ ହାସଲ କରିଛି। ବର୍ତ୍ତମାନ ଦଳ ଅଧିନାୟକ ଜସପ୍ରୀତ ବୁମ୍‌ରାଙ୍କ ନେତୃତ୍ୱରେ ସିରିଜରେ କ୍ଲିନସୁଇପ୍‌ ଉପରେ ନଜର ରଖିଛି। ତାଙ୍କ ଅଧିନାୟକତ୍ୱ କ୍ୟାରିୟର ଆରମ୍ଭ ହେବା ସହିତ ବୁମରା ନିଜକୁ କୋହଲି ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ କ୍ଲବରେ ସାମିଲ କରିଛନ୍ତି।

ବୁମ୍‌ରା ବର୍ତ୍ତମାନ ବିରାଟ କୋହଲି ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ସମାନ କ୍ଲବରେ ପହଞ୍ଚିଛନ୍ତି। ବିରାଟ ୨୦୧୮ରେ ଅଧିନାୟକ ଭାବେ ଆୟାର୍ଲାଣ୍ଡ ବିପକ୍ଷରେ ୨ଟି ମ୍ୟାଚ୍‌ ଜିତିଥିଲେ, ହାର୍ଦ୍ଦିକ ୨୦୨୨ରେ ଆୟର୍ଲାଣ୍ଡ ବିପକ୍ଷରେ ଅଧିନାୟକ ଭାବରେ ୨ଟି ମ୍ୟାଚ ଜିତିଥିଲେ। ବୁମ୍‌ରା ମଧ୍ୟ ଆୟର୍ଲାଣ୍ଡ ବିପକ୍ଷରେ କ୍ରମାଗତ ୨ଟି ମ୍ୟାଚ୍‌ ଜିତିଛନ୍ତି। ଏବେ ତୃତୀୟ ମ୍ୟାଚରେ ଉଭୟଙ୍କୁ ପଛରେ ପକାଇବାକୁ ବୁମରାଙ୍କୁ ସୁଯୋଗ ମିଳିବ।

୧୧ ମାସ ପରେ ଟିମ ଇଣ୍ଡିଆକୁ ଫେରିଥିବା ବୁମ୍‌ରାଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିଥିଲା। ଏହା ସହିତ ତାଙ୍କୁ ଅଧିନାୟକତ୍ୱର ଅତିରିକ୍ତ ଦାୟିତ୍ୱ ମଧ୍ୟ ପରିଚାଳନା କରିବାକୁ ପଡ଼ିଲା। ଉଭୟ ବିଭାଗରେ ଚମତ୍କାର ପ୍ରଦର୍ଶନ କରୁଥିବାବେଳେ ବୁମ୍‌ରା ଏପର୍ଯ୍ୟନ୍ତ ସିରିଜରେ ଭଲ ପ୍ରଦର୍ଶନ କରିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri