Posted inଖେଳ

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ କୁହାଯାଇଥିଲା। ଶେଷରେ ସେ ସଚିନ ତେନ୍ଦୁଲକରଙ୍କୁ ସର୍ବଶ୍ରେଷ୍ଠ ଖେଳାଳି ଭାବରେ ବାଛିଥିଲେ। ପୂର୍ବରୁ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ମଧ୍ୟରୁ ବାଛିବାକୁ କୁହାଯାଇଥିଲା, ସେ କୋହଲିଙ୍କୁ ବାଛିଥିଲେ। କିନ୍ତୁ ପରେ ସେ ଯସପ୍ରୀତ ବୁମରାଙ୍କୁ କୋହଲିଙ୍କଠାରୁ ଶ୍ରେଷ୍ଠ ବୋଲି ମୂଲ୍ୟାଙ୍କନ କରିଥିଲେ। ଏହା କିଛି ପ୍ରଶଂସକଙ୍କୁ, ବିଶେଷକରି କୋହଲିଙ୍କ ସମର୍ଥକମାନଙ୍କୁ ଆଶ୍ଚର୍ଯ୍ୟ କରିଥିଲା।

ନିକଟରେ ଅଶ୍ୱିନଙ୍କୁ ସର୍ବଶ୍ରେଷ୍ଠ ଭାରତୀୟ କ୍ରିକେଟର ବାଛିବାକୁ କୁହାଯାଇଥିଲା। ପ୍ରଥମେ ତାଙ୍କୁ ବିଜୟ ହଜାରେ ଏବଂ ସଚିନ ତେନ୍ଦୁଲକରଙ୍କ ନାମ କୁହାଯାଇଥିଲା। ସେ କହିଥିଲେ, ଯେହେତୁ ସେ ହଜାରେଙ୍କୁ ଖେଳିବାର ଦେଖି ନାହାଁନ୍ତି, ତେଣୁ ସେ ସଚିନଙ୍କୁ ବାଛିବେ। ପରବର୍ତ୍ତୀ ସମୟରେ ତାଙ୍କୁ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ମଧ୍ୟରୁ ବାଛିବାକୁ କୁହାଯାଇଥିଲା। ଅଶ୍ୱିନ କହିଥିଲେ, ଏହା ମୋ ପାଇଁ ସହଜ ନୁହେଁ, କିନ୍ତୁ ମୁଁ ତିନୋଟି ଫର୍ମାଟରେ କୋହଲିଙ୍କୁ ବାଛିବି।

ସେ କପିଲ ଦେବଙ୍କୁ ହରଭଜନ ସିଂଙ୍କ ଉପରେ ସ୍ଥାନ ଦେଇଥିଲେ। ସେ ସେହ୍ବାଗଙ୍କୁ ତିନୋଟି ଫର୍ମାଟରେ ସର୍ବଶ୍ରେଷ୍ଠ ବୋଲି କହିଥିଲେ। ସେ ଏମଏସ ଧୋନୀଙ୍କୁ ରବିନ୍ଦ୍ର ଜାଡେଜାଙ୍କ ଉପରେ ରଖିଥିଲେ। ଜସପ୍ରୀତ ବୁମରା ଏବଂ ଅନିଲ କୁମ୍ବଲେଙ୍କ ମଧ୍ୟରୁ ସେ ବୁମରାଙ୍କୁ ବାଛିଥିଲେ। ଶେଷରେ ଯେତେବେଳେ ସୌରଭ ଗାଙ୍ଗୁଲିଙ୍କ ବିପକ୍ଷରେ ତାଙ୍କ ନାମ ଉଠିଲା, ସେ ଗାଙ୍ଗୁଲିଙ୍କୁ ବାଛିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri