Posted inଖେଳ

ବୁମ୍‌ରା ଅଧିନାୟକ

ନୂଆଦିଲ୍ଲୀ, ୧ା୮: ଡବ୍‌ଲିନଠାରେ ଆୟର୍ଲାଣ୍ଡ ବିପକ୍ଷରେ ଖେଳାଯିବାକୁଥିବା ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଷ୍ଟାର ପେସ୍‌ ବୋଲର ଯଶପ୍ରୀତ ବୁମ୍‌ରା ଭାରତୀୟ ଦଳର ନେତୃତ୍ୱ ନେବେ। ବହୁ ଦିନ ଧରି ଆଘାତଜନିତ ସମସ୍ୟାରେ ରହିବା ପରେ ସେ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୩ ମ୍ୟାଚ ବିଶିଷ୍ଟ ସିରିଜ ଅଗଷ୍ଟ ୧୮ରୁ ୨୩ ପର୍ଯ୍ୟନ୍ତ ଖେଳଯିବ। ନ୍ୟୁଜିଲାଣ୍ଡରେ ପିଠିରେ ଅସ୍ତ୍ରୋପଚାର କରିବା ପରେ ସେ ନ୍ୟାଶନାଲ କ୍ରିକେଟ ଏକାଡେମୀରେ କିଛି ଦିନ ରିହାବିଲିଟେଶନରେ ଥିଲେ। ଏହି ଅଗ୍ରଣୀ ପେସ୍‌ ବୋଲର ନିକଟରେ ଅଲୁର ଗ୍ରାଉଣ୍ଡରେ ଭ୍ରମଣକାର ମୁମ୍ବାଇ ବିପକ୍ଷରେ ୧୦ ଓଭର ପୁରା କୋଟା ବୋଲିଂ କରିଥିଲେ। ଚୟନକର୍ତ୍ତାମାନେ ଦଳରେ କର୍ନାଟକ ପେସ୍‌ ବୋଲର ପ୍ରସିଦ୍ଧ କ୍ରିଷ୍ଣାଙ୍କୁ ମଧ୍ୟ ସାମିଲ କରିଛନ୍ତି। ଷ୍ଟ୍ରେସ୍‌ ଫ୍ରାକ୍‌ଚର ପାଇଁ ଅସ୍ତ୍ରୋପଚାର ପୂର୍ବରୁ ଏହି ଡାହାଣହାତୀ ପେସ୍‌ ବୋଲର ଭାରତ ପାଇଁ ଶେଷ ଥର ଗତବର୍ଷ ଅଗଷ୍ଟରେ ଜିମ୍ବାଓ୍ବେ ବିପକ୍ଷରେ ଏକ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିଲେ। ଋତୁରାଜ ଗାଏକ୍ୱାଡଙ୍କୁ ଉପଅଧନାୟକ ମନୋନୀତ କରାଯାଇଛି।

ଆୟର୍ଲାଣ୍ଡ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ: ଯଶପ୍ରୀତ ବୁମ୍‌ରା (ଅଧିନାୟକ), ଋତୁରାଜ ଗାଏକ୍ୱାଡ (ଉପଅଧିନାୟକ), ଯସଶ୍ୱୀ ଜୟସ୍ବାଲ, ତିଳକ ବର୍ମା, ରିଙ୍କୁ ସିଂ, ସଞ୍ଜୁ ସାମ୍‌ସନ (ଉଇକେଟ କିପର), ଶିବମ ଦୁବେ, ଓ୍ବାଶିଂଟନ ସୁନ୍ଦର, ଶାହାବାଜ ଅହମଦ, ରବି ବିଶ୍ନୋଇ, ପ୍ରସିଦ୍ଧ କ୍ରିଷ୍ଣା, ଅର୍ଶଦୀପ ସିଂ, ମୁକେଶ କୁମାର ଓ ଆଭେଶ ଖାଁ।


Enter your email to get our daily news in your inbox.

All Right Reserved By Dharitri.Com

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…

ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ…

ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…

ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍‌, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ

ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri