Posted inଖେଳ

ବୁମରା ଆଇପିଏଲ ସିଜିନ୍‌ ୧୬ରୁ ବାହାର, ଶୀଘ୍ର କରିବେ ସର୍ଜରୀ…

କୋଲକାତା,୨୮।୨ : ଆଇପିଏଲ-୨୦୨୩ ଆରମ୍ଭ ହେବାକୁ ଆଉ ଏକ ମାସରୁ ଅଧିକ ସମୟ ବାକି ଅଛି। ଏହା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସକୁ ଏକ ବଡ଼ ଝଟ୍‌କା ଲାଗିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତର ତାରକା ଫାଷ୍ଟ ବୋଲର ଜଶପ୍ରୀତ ବୁମରାଙ୍କୁ ଆଇପିଏଲ ୨୦୨୩ ରୁ ବାଦ ଦିଆଯାଇଛି। ତାଙ୍କ ପିଠିରେ ଆଘାତ ଲାଗିଥିବା କୁହାଯାଉଛି। ଏହି କାରଣରୁ ସେ ଆଇପିଏଲ ବାହାରେ ଅଛନ୍ତି।

ଏହା ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ଲାଇନକୁ ଆଇପିଏଲ ସିଜିନ୍‌ ୧୬ରେ ଟିକିଏ ଦୁର୍ବଳ କରିଦେବ ବୋଲି ଚର୍ଚ୍ଚା ହେଉଛି।

ପିଠି ସମସ୍ୟା ଯୋଗୁ ବୁମରା ଗତ ପାଞ୍ଚ ମାସ ଧରି ଦଳ ବାହାରେ ଅଛନ୍ତି। ଖବର ଅନୁଯାୟୀ, ବୁମରା ଶୀଘ୍ର ବ୍ୟାକ ସର୍ଜରୀ କରିପାରନ୍ତି। ଆଘାତରୁ ବୁମରା ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାଁନ୍ତି। ଏହି ଆଘାତ ଯୋଗୁ ବୁମରା ଗତ ବର୍ଷ ଏସିଆ କପ ଏବଂ ଟି-୨୦ ବିଶ୍ୱକପ ଖେଳିପାରି ନ ଥିଲେ। ଏଥି ସହିତ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ପହଞ୍ଚିବା ପ୍ରାୟ ନିଶ୍ଚିତ। ଏଭଳି ପରିସ୍ଥିତିରେ ବୁମରା ଜୁନ ୭ରୁ ଓଭାଲରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ମଧ୍ୟ ଖେଳି ପାରିବେ ନାହିଁ ।

ବେଙ୍ଗାଲୁରୁର ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ)ରେ ବିସିସିଆଇର ମେଡିକାଲ ଟିମ୍‌ ବୁମରାଙ୍କ ମାମଲାକୁ ଗୁରୁତର ସହ ନେଇ ଏ ଦିଗରେ ତାଙ୍କୁ ସାହାଯ୍ୟ କରୁଛନ୍ତି। ଏହା ସହିତ ସମ୍ପୂର୍ଣ୍ଣ ଚିକିତ୍ସା ମଧ୍ୟ କରାଯାଉଛି। ଏଭଳି ପରିସ୍ଥିତିରେ ଏନସିଏ କର୍ମଚାରୀ ବୁମରାଙ୍କୁ ତାଙ୍କ ତଳ ପିଠିରେ ଅସ୍ତ୍ରୋପଚାର କରିବାକୁ ପରାମର୍ଶ ଦେଇଥିଲେ। ଅକ୍ଟୋବର-ନଭେମ୍ବରରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଏକଦିବସୀୟ ବିଶ୍ୱକପକୁ ଧ୍ୟାନରେ ରଖି ବିସିସିଆଇ ଖୁବ ଶୀଘ୍ର ଏନସିଏ ଏବଂ ବୁମରାଙ୍କ ସହ ଆଲୋଚନା ପରେ ଅସ୍ତ୍ରୋପଚାର ଏବଂ ଅନ୍ୟାନ୍ୟ ବିକଳ୍ପ ଉପରେ ନିଷ୍ପତ୍ତି ନେଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?