Posted inଖେଳ

ବ୍ୟାକ୍‌ଫୁଟ୍‌ରେ ଇଂଲଣ୍ଡ: ଖାତା ଖୋଲିବାକୁ ଦେଉନାହାନ୍ତି ବୁମ୍‌ରା-ଶାମି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ମଙ୍ଗଳବାର ଖେଳାଯାଉଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ବୋଲର୍‌ଙ୍କ ଜବରଦସ୍ତ ବୋଲିଂ ଦେଖିବାକୁ ମିଳିଛି। ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ଜସପ୍ରିତ ବୁମ୍‌ରା ପ୍ରାରମ୍ଭରୁ ଇଂଲଣ୍ଡ ଖେଳାଳିମାନଙ୍କୁ ପ୍ୟାଭିଲିୟନ ଫେରାଇଛନ୍ତି। ପରିଣାମସ୍ବରୂପ ଦଳ ୭ ରନ୍‌ ସ୍କୋରରେ ୩ ଉଇକେଟ ହରାଇଥିଲା। ଏବେ ଦଳର ସ୍କୋର ୧୪.୩ ଓଭରରେ ୫୯ ରନ୍‌ ଥିବା ବେଳେ ୭ ଉଇକେଟ ଯାଇସାରିଛି।

ତେବେ ଦ୍ୱିତୀୟ ଓଭରରେ ଇଂଲଣ୍ଡକୁ ପ୍ରଥମ ଝଟ୍‌କା ଲାଗିଥିଲା। ବୁମ୍‌ରାଙ୍କ ବଲ୍‌ରେ ଖେଳିବାକୁ ଯାଇ ଜେସନ ରୟ ଉଇକେଟ ହରାଇଥିଲେ। ଏହା ପରେ ଜୋ ରୁଟ୍‌ ଏବଂ ବେନ ଷ୍ଟୋକ୍ସ ମଧ୍ୟ ଖାତା ଖୋଲି ପାରି ନ ଥିଲେ। ସେହିଭଳି ଜନି ବେୟରଷ୍ଟୋ ଏବଂ ଜୋସ୍‌ ବଟଲର୍‌ ପାଳିକୁ ସମ୍ଭାଳିବାକୁ ଚେଷ୍ଟା କରିଥିଲେ। ମାତ୍ର ୧୦ ରନ୍‌ ଦଳର ସ୍କୋରରେ ଯୋଡ଼ିବା ପରେ ଚତୁର୍ଥ ଉଇକେଟ ଯାଇଥିଲା। ଷ୍ଟୋକ୍ସଙ୍କ ପରେ ବଟଲର୍‌, ଲିଆମ ଲିଭିଂଷ୍ଟୋନ୍‌, ମୋଇନ୍‌ ଅଲିଙ୍କ ଉଇକେଟ ମଧ୍ୟ ଖୁବ୍‌ କମ୍‌ ରନ୍‌ ସ୍କୋରରେ ଯାଇଛି। ଫଳରେ ଇଂଲଣ୍ଡ ପ୍ରଥମ ମ୍ୟାଚ୍‌ରେ ବ୍ୟାକ୍‌ଫୁଟ୍‌ରେ ଥିବା ଭଳି ମନେ ହେଉଛି।

ଅପରପକ୍ଷେ ଭାରତ ପକ୍ଷରୁ ଶାମି ୨ ଉଇକେଟ ନେଇଥିବା ବେଳେ ବୁମ୍‌ରା ୪ ଏବଂ ପ୍ରସିଦ୍ଧ କ୍ରିଷ୍ଣା ଗୋଟିଏ ଉଇକେଟ ନେଇଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ୩ ଓଭର ବୋଲିଂ କରିଥିଲେ ହେଁ ଗୋଟିଏ ବି ଉଇକେଟ ନେଇପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?