Posted inଖେଳ

ବୁମ୍‌ରାଙ୍କୁ ବଡ଼ ପୁରସ୍କାର ଦେଲା ଆଇସିସି

ନୂଆଦିଲ୍ଲୀ,୧୪।୧: ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ଏକ ସ୍ବତନ୍ତ୍ର ପୁରସ୍କାର ମିଳିଛି। ଆଇସିସି ବୁମରାଙ୍କୁ ‘ପ୍ଲେୟାର ଅଫ ଦି ମନ୍ଥ୍‌’ ପୁରସ୍କାର ପାଇଁ ଚୟନ କରିଛି। ଡିସେମ୍ବର ୨୦୨୪ ପାଇଁ ବୁମରାଙ୍କୁ ଏହି ପୁରସ୍କାର ଦିଆଯିବ। ଆଇସିସି ଏହାର ଅଫିସିଆଲ ୱେବସାଇଟ ମାଧ୍ୟମରେ ଏହି ସୂଚନା ଶେୟାର କରିଛି। ଭାରତର ଅଷ୍ଟ୍ରେଲିଆ ଗସ୍ତ ସମୟରେ ବୁମରା ଘାତକ ବୋଲିଂ କରିଥିଲେ। ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ପାଇଁ ବୁମରାଙ୍କୁ ପ୍ଲେୟାର ଅଫ ଦି ସିରିଜ ମଧ୍ୟ ବିବେଚିତ କରାଯାଇଥିଲା।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଇଥିଲା। ଏହି ସିରିଜରେ ସର୍ବାଧିକ ଉଇକେଟ ନେବାରେ ବୁମରା ଶୀର୍ଷରେ ଥିଲେ। ସେ ୫ଟି ମ୍ୟାଚ୍‌ରେ ୩୨ଟି ଉଇକେଟ ନେଇଥିଲେ। ବୁମରା ମୋଟ ୧୫୧.୨ ଓଭର ବୋଲିଂ କରିଥିଲେ। ଏହି ସମୟ ମଧ୍ୟରେ ହାରାହାରି ୧୩.୦୬ ଥିଲା। ସର୍ବଶ୍ରେଷ୍ଠ ଆଭ୍‌ରେଜ୍‌ ଦୃଷ୍ଟିରୁ ମଧ୍ୟ ବୁମରା ଶୀର୍ଷରେ ଥିଲେ। ସେ ସିରିଜରେ ତିନିଥର ପାଞ୍ଚ କିମ୍ବା ତା’ଠାରୁ ଅଧିକ ଉଇକେଟ ନେବାର କୃତିତ୍ୱ ମଧ୍ୟ ହାସଲ କରିଥିଲେ।
ଅଷ୍ଟ୍ରେଲିଆର ଘାତକ ବୋଲର କମିନ୍ସ ସର୍ବାଧିକ ଉଇକେଟ ନେବାରେ ଦ୍ୱିତୀୟ ସ୍ଥାନରେ ଥିଲେ। ସେ ୫ଟି ମ୍ୟାଚ୍‌ରେ ୨୫ଟି ଉଇକେଟ ନେଇଥିଲେ। କମିନ୍ସ ‘ପ୍ଲେୟାର ଅଫ ଦି ମନ୍ଥ୍‌’ ଟାଇଟଲ ପାଇଁ ଦୌଡ଼ରେ ଥିଲେ। କିନ୍ତୁ ବୁମରା ତାଙ୍କୁ ପଛରେ ପକାଇ ଦେଇଥିଲେ। ଏହା ସହିତ ଦକ୍ଷିଣ ଆଫ୍ରିକାର ବୋଲର ଡାନ ପିଟରସନଙ୍କୁ ମଧ୍ୟ ମନୋନୀତ କରାଯାଇଥିଲା। କିନ୍ତୁ ବୁମରା ତାଙ୍କୁ ମଧ୍ୟ ପଛରେ ପକାଇ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri