Posted inଖେଳ

ମୁମ୍ବାଇ ଦଳରେ ବୁମରାଙ୍କ ଏଣ୍ଟ୍ରି: ବଦଳିବ କି ଦଳର ଭାଗ୍ୟ ?

ନୂଆଦିଲ୍ଲୀ,୬ା୪: ଭାରତୀୟ ପ୍ରିମିୟର ପେସର ଯଶପ୍ରୀତ ବୁମରା ଆନୁଷ୍ଠାନିକ ଭାବେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଦଳରେ ଯୋଗଦେଇଛନ୍ତି। ୫ ଥରର ଚାମ୍ପିୟନ ଦଳ ପକ୍ଷରୁ ସୋସିଆଲ ମିଡିଆ ଜରିଆରେ ଏ ନେଇ ସୂଚନା ଦିଆଯାଇଛି।

ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ (ସିଓଇ)ରେ ରିହାବିଲିଟେଶନ ଶେଷ କରିବା ପରେ ବୁମରା ମୁମ୍ବାଇ ଦଳରେ ଯୋଗଦେଇଛନ୍ତି। ୩୧ ବର୍ଷୀୟ ପେସର ଚଳିତ ସିଜନରେ କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଅଛନ୍ତି। ତାଙ୍କ ପ୍ରତ୍ୟାବର୍ତ୍ତନ ପଏଣ୍ଟ ଟେବୁଲରେ ଦଳର ସ୍ଥିତି ବଦଳାଇବ ବୋଲି ଆଶା କରାଯାଉଛି।

ମୁମ୍ବାଇ ଦଳ ସୋମବାର ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ତା’ର ପରବର୍ତ୍ତୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ ଭେଟିବ। ବୁମରା ଏହି ମ୍ୟାଚରେ ଖେଳିପାରନ୍ତି ବୋଲି ଦଳର ମୁଖ୍ୟ କୋଚ୍‌ ମାହେଲା ଜୟବର୍ଦ୍ଧନେ କହିଛନ୍ତି। ସେ କହିଛନ୍ତି ଯେ, ବୁମରା ମ୍ୟାଚ ଲାଗି ଉପଲବ୍ଧ ଅଛନ୍ତି। ସେ ଆଜି ଟ୍ରେନିଂ କରୁଛନ୍ତି। ସେ ଏନ୍‌ସିଏରେ ତାଙ୍କ ସେଶନ ଶେଷ କରିଛନ୍ତି। ତାଙ୍କ ଦାୟିତ୍ୱ ଆମ ଫିଜିଓଙ୍କୁ ଦିଆଯାଇଛି। ଯଦି ସବୁ କିଛି ଠିକ ରହିଲା, ତେବେ ସେ ପରବର୍ତ୍ତୀ ମ୍ୟାଚରେ ଖେଳିବେ।

ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜର ଅନ୍ତିମ ମ୍ୟାଚରେ ବୁମରାଙ୍କ ଅଣ୍ଟାରେ ଆଘାତ ଲାଗିଥିଲା। ସେବେଠାରୁ ସେ ସମସ୍ତ ପ୍ରକାର ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟଠାରୁ ଦୂରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri