Posted inଖେଳ

ମୁମ୍ବାଇ ଦଳରେ ବୁମରାଙ୍କ ଏଣ୍ଟ୍ରି: ବଦଳିବ କି ଦଳର ଭାଗ୍ୟ ?

ନୂଆଦିଲ୍ଲୀ,୬ା୪: ଭାରତୀୟ ପ୍ରିମିୟର ପେସର ଯଶପ୍ରୀତ ବୁମରା ଆନୁଷ୍ଠାନିକ ଭାବେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଦଳରେ ଯୋଗଦେଇଛନ୍ତି। ୫ ଥରର ଚାମ୍ପିୟନ ଦଳ ପକ୍ଷରୁ ସୋସିଆଲ ମିଡିଆ ଜରିଆରେ ଏ ନେଇ ସୂଚନା ଦିଆଯାଇଛି।

ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ (ସିଓଇ)ରେ ରିହାବିଲିଟେଶନ ଶେଷ କରିବା ପରେ ବୁମରା ମୁମ୍ବାଇ ଦଳରେ ଯୋଗଦେଇଛନ୍ତି। ୩୧ ବର୍ଷୀୟ ପେସର ଚଳିତ ସିଜନରେ କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଅଛନ୍ତି। ତାଙ୍କ ପ୍ରତ୍ୟାବର୍ତ୍ତନ ପଏଣ୍ଟ ଟେବୁଲରେ ଦଳର ସ୍ଥିତି ବଦଳାଇବ ବୋଲି ଆଶା କରାଯାଉଛି।

ମୁମ୍ବାଇ ଦଳ ସୋମବାର ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ତା’ର ପରବର୍ତ୍ତୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ ଭେଟିବ। ବୁମରା ଏହି ମ୍ୟାଚରେ ଖେଳିପାରନ୍ତି ବୋଲି ଦଳର ମୁଖ୍ୟ କୋଚ୍‌ ମାହେଲା ଜୟବର୍ଦ୍ଧନେ କହିଛନ୍ତି। ସେ କହିଛନ୍ତି ଯେ, ବୁମରା ମ୍ୟାଚ ଲାଗି ଉପଲବ୍ଧ ଅଛନ୍ତି। ସେ ଆଜି ଟ୍ରେନିଂ କରୁଛନ୍ତି। ସେ ଏନ୍‌ସିଏରେ ତାଙ୍କ ସେଶନ ଶେଷ କରିଛନ୍ତି। ତାଙ୍କ ଦାୟିତ୍ୱ ଆମ ଫିଜିଓଙ୍କୁ ଦିଆଯାଇଛି। ଯଦି ସବୁ କିଛି ଠିକ ରହିଲା, ତେବେ ସେ ପରବର୍ତ୍ତୀ ମ୍ୟାଚରେ ଖେଳିବେ।

ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜର ଅନ୍ତିମ ମ୍ୟାଚରେ ବୁମରାଙ୍କ ଅଣ୍ଟାରେ ଆଘାତ ଲାଗିଥିଲା। ସେବେଠାରୁ ସେ ସମସ୍ତ ପ୍ରକାର ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟଠାରୁ ଦୂରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri