ବୁରାଙ୍ଗିଆ-ବୁଡ଼ାଗୁଡା ରାସ୍ତା କର୍ଦ୍ଧମାକ୍ତ: ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଗ୍ରାମବାସୀ

ଦାରିଙ୍ଗବାଡି,୩୦।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚକଭାବେ ଜଣାଶୁଣା କିରିକୁଟି ପଞ୍ଚାୟତର ବୁରାଙ୍ଗିଆ-ବୁଡ଼ାଗୁଡା ରାସ୍ତା କର୍ଦ୍ଧମାକ୍ତ ଯୋଗୁ ଯାତାୟତରେ ବାଧାପ୍ରାପ୍ତ ଦେଖାଯାଇଛି। ପ୍ରକାଶ ଯେ, ଅଞ୍ଚଳରେ ଦୈନିକ ବର୍ଷା ଲାଗିରହିଥିବା ବେଳେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗି ରହିଛି ଫଳରେ ଅର୍ଦ୍ଧନିର୍ମିତ ରାସ୍ତା ଏବେ କାଦୁଅ ପଚପଚ ହୋଇ ରହିଛି। ବାଇକ, ଅଟୋ ଓ ଚାରିଚକିଆ ଯାନ ଯାତାୟାତରେ ସମସ୍ୟା ଦେଖାଯାଇଛି। ବୁରାଙ୍ଗିଆବାସୀଙ୍କ ସମେତ ଏକାଧିକ ଲୋକ ସାଧାରଣ ବଣ୍ଟନ ସାମଗ୍ରୀ ପାଇଁ ଯିବା ସମ୍ଭବ ହେଉ ନ ଥିବା ବେଳେ ସେଥିପାଇଁ ସଂଘର୍ଷ କରିବାକୁ ପଡୁଛି। ରାସ୍ତାରେ ପାଦରେ ଚାଲିକି ଯାତାୟାତ ମଧ୍ୟ ସମ୍ଭବ ହେଉନାହିଁ। ସେହିପରି ଜରୁରୀକାଳୀନ ପରିସ୍ଥିତିରେ ଆମ୍ବୁଲାନ୍ସ ମଧ୍ୟ ଗାଁକୁ ପହଞ୍ଚିବା କଷ୍ଟ ହୋଇପଡିଛି। ବୁଡ଼ାଗୁଡାଠାରୁ ବୁରାଙ୍ଗିଆ ଦେଇ ୫୯ ନଂ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବାବେଳେ ତାହା ଅସମ୍ପୂର୍ଣ୍ଣ ରହିଛି। ଫଳରେ ଦୀର୍ଘ ଦିନ ହେଲା ଅଞ୍ଚଳବାସୀ ବହୁ ହଇରାଣ ଭୋଗୁଥିବା ବୁରାଙ୍ଗିଆ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ରାସ୍ତା ପାଇଁ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବୁ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri