ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ ଯୋଗୁ ମାସେ ନ ପୂରୁଣୁ ରାସ୍ତା ଶୋଚନୀୟ ହୋଇ ପଡିଥିଲା। ଫଳରେ ସରକାରଙ୍କ ଲକ୍ଷାଧିକ ଟଙ୍କା ପାଣିରେ ପଡିଥିଲା। ରାସ୍ତାର ୫ ବର୍ଷିଆ ମିଆଦ ପୁରି ଯିବା ପରେ ନୂତନ ଟେଣ୍ଡର କରାଯାଇ ଉକ୍ତ ରାସ୍ତା କାମ ପୁଣି ଆରମ୍ଭ ହୋଇଛି ା ସେହି ପୁରୁଣା ରାସ୍ତା ଉପରେ ମୋରମ ବିଛାଇ ମେଟାଲିଂ କାମ ଆରମ୍ଭ କରାଯାଇଛି। କେଉଁ ସ୍ବାର୍ଥରେ ଆରଡି ବିଭାଗ ପକ୍ଷରୁ ରାସ୍ତା କାମ ସମ୍ପର୍କରେ ଅଦ୍ୟାବଧି ସୂଚନା ଫଳକ ଲଗାଯାଇନାହିଁ ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଆରଡି ବିଭାଗ ପକ୍ଷରୁ ବୁର୍ଡା ପଞ୍ଚାୟତ ସଦର ଗ୍ରାମ ବୁର୍ଡାରୁ ସିଆଲବାହାଲିକୁ ଉକ୍ତ ପିଚୁ ରାସ୍ତା ନିର୍ମାଣ କରାଯାଉଛି ା କାମ ଆରମ୍ଭରୁ ସୂଚନା ଫଳକ ଲାଗିବାର ନିୟମ ରହିଛି। କିନ୍ତୁ ବିଭାଗ ପକ୍ଷରୁ ଏହାର ଖୋଲା ଉଲ୍ଲଂଘନ କରାଯାଇ କାମ ଆରମ୍ଭ ହୋଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ରାସ୍ତା ଖୋଳି ରୋଲର ଚଳାଇ ବାଲି ପକାଇବା କଥା। କିନ୍ତୁ ସେହି ପୁରୁଣା ରାସ୍ତାକୁ ନ ଖୋଳି ଶୋବନୀୟ ରାସ୍ତା ଉପରେ ଅଳ୍ପ ଅଳ୍ପ ମୋରମ ବିଛାଇ ତା ଉପରେ ମେଟାଲିଂ କରାଯାଉଛି ା କାମରେ ସ୍ବଚ୍ଛତା ଅଣା ନ ଗଲେ ଆନ୍ଦୋଳନ ପନ୍ଥା ଗ୍ରହଣ କରାଯିବ ବୋଲି ସ୍ଥାନୀୟ ଲୋକଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri