ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ପ୍ରଶାସନିକ ସଂସ୍କାର ଅଧୀନରେ ବରିଷ୍ଠ ମହିଳା ଅଧିକାରୀ ଚିତ୍ରା ଅରୁମୁଗମ ଏବଂ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଡି. ଭେଙ୍କଟସ୍ୱାମୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦିଆଯାଇଛି।

ବରିଷ୍ଠ ଆଇଏଏସ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS) ଚିତ୍ରା ଅରୁମୁଗମଙ୍କୁ  ‘ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ’ର ମହାନିର୍ଦ୍ଦେଶକ (Director General) ଭାବେ ନିଯୁକ୍ତି ଦିଆଯାଇଛି। ଏହା ସହିତ ତାଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର (Science & Technology Department) ଅତିରିକ୍ତ ଦାୟିତ୍ୱ ମଧ୍ୟ ହସ୍ତାନ୍ତର କରାଯାଇଛି।

ସେହିଭଳି କେନ୍ଦ୍ରୀୟ ଡେପୁଟେସନ ସାରି ଓଡ଼ିଶା କ୍ୟାଡରକୁ ଫେରିଥିବା ବରିଷ୍ଠ ଆଇଏଏସ ଅଧିକାରୀ ଡି. ଭେଙ୍କଟସ୍ୱାମୀଙ୍କୁ ରାଜ୍ୟ ସରକାର ଏକ ବଡ଼ ଦାୟିତ୍ୱ ଦେଇଛନ୍ତି। ତାଙ୍କୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର (Labour & Employee’s State Insurance Department) ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି।

ରାଜ୍ୟ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଯୋଜନାର ସଫଳ ରୂପାୟନ ଏବଂ ବିଭାଗୀୟ କାର୍ଯ୍ୟକଳାପକୁ ଅଧିକ ଦ୍ରୁତ ଓ କ୍ରିୟାଶୀଳ କରିବା ଲକ୍ଷ୍ୟରେ ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏହି ନୂଆ ଦାୟିତ୍ୱ ବଣ୍ଟନ କରାଯାଇଥିବା ପ୍ରଶାସନିକ ସୂତ୍ରରୁ ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri