Posted inଜାତୀୟ

‘ଗଣତନ୍ତ୍ରକୁ ବ୍ୟର୍ଥ କରିବାକୁ ଅମଲାତନ୍ତ୍ରକୁ ଅନୁମତି ଦିଆଯାଇ ପାରିବନି’

ନୂଆଦିଲ୍ଲୀ, ୧୨।୩: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ମାମଲାର ଶୁଣାଣି କରି କହିଛନ୍ତି, ତୃଣମୂଳ ସ୍ତରର ଗଣତନ୍ତ୍ରକୁ ବ୍ୟର୍ଥ କରିବାକୁ ଅମଲାତନ୍ତ୍ରକୁ ଅନୁମତି ଦିଆଯାଇ ପାରିବ ନାହିଁ। ମହାରାଷ୍ଟ୍ରର ଏକ ଗ୍ରାମରେ ଜଣେ ମହିଳା ସରପଞ୍ଚଙ୍କୁ ପୁନଃସ୍ଥାପିତ କରିବା ପାଇଁ ବମ୍ବେ ହାଇକୋର୍ଟଙ୍କ ରାୟକୁ କାଏମ ରଖିବା ସହ ସର୍ବୋଚ୍ଚ ଅଦାଲତ କହିଛନ୍ତି, ସମ୍ପ୍ରତି ଏପରି ବିଭିନ୍ନ ଘଟଣା ବାରମ୍ବାର ସାମ୍‌ନାକୁ ଆସୁଛି ଯେଉଁଥିରେ ଅମଲାମାନଙ୍କ ଦ୍ୱାରା ଗ୍ରାମ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କୁ ଅସଦାଚରଣ କରାଯାଉଛି। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ୍‌ ଏନ୍‌ କୋଟିଶ୍ୱର ସିଂଙ୍କୁ ନେଇ ଗଠିତ ୨ ଜଣିଆ ଖଣ୍ଡପୀଠ କହିଛନ୍ତି, ନିକଟ ଅତୀତରେ ସରକାରୀ ବାବୁମାନେ ନିର୍ବାଚିତ ପ୍ରତିନିଧିଙ୍କୁ ଅସଦାଚରଣ କରୁଥିବା ନେଇ ୨ରୁ ୩ଟି ମାମଲା ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରା ବିଚାର ହୋଇଛି। ଏପରି ଅଧିକ ମାମଲା ମହାରାଷ୍ଟ୍ରରୁ ଆସୁଛି। ଏହି ବାବୁମାନେ ନିର୍ବାଚିତ ପ୍ରତିନିଧିଙ୍କ ଅଧୀନରେ ରହିବା ଉଚିତ। ତୃଣମୂଳ ସ୍ତରର ଗଣତନ୍ତ୍ରକୁ ବ୍ୟର୍ଥ କରିବାକୁ ଏହି ଅମଲାମାନଙ୍କୁ ଅନୁମତି ଦିଆଯାଇ ପାରିବ ନାହିଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ କହିଛନ୍ତି, ଅମଲାମାନେ ତୃଣମୂଳ ସ୍ତରରେ ନିର୍ବାଚିତ ପ୍ରତିନିଧିଙ୍କର ବିଭିନ୍ନ ପୁରୁଣା ମାମଲା ଖୋଲିବାକୁ ଚେଷ୍ଟା କରିବା ସହ ସେମାନଙ୍କୁ ଅଯୋଗ୍ୟ ଘୋଷିତ କରିବା ପାଇଁ ଷଡ଼ଯନ୍ତ୍ରରେ ଲିପ୍ତ ରହୁଛନ୍ତି।
ପ୍ରକାଶ ଯେ, ଗତବର୍ଷ ଜୁନ୍‌ ୭ରେ ମହାରାଷ୍ଟ୍ରର ରାଇଗଡ଼ ଜିଲା ରୋହା ବ୍ଲକ୍‌ ଐଘର ଗ୍ରାମପଞ୍ଚାୟତର ସରପଞ୍ଚ କଳାବତୀ ରାଜେନ୍ଦ୍ର କୋକାଲେଙ୍କୁ ସରପଞ୍ଚ ପଦ ପାଇଁ ଅଯୋଗ୍ୟ ଦର୍ଶାଇ ଗ୍ରାମ ପଞ୍ଚାୟତର ସରପଞ୍ଚ ପଦବୀ ଖାଲି ଥିବା ନେଇ ରାଇଗଡ଼ର ଜିଲାପାଳ ଏକ ଆଦେଶ ପାରିତ କରିଥିଲେ। ଏହା ବିରୋଧରେ କଳାବତୀ ବମ୍ବେ ହାଇକୋର୍ଟଙ୍କ ନିକଟରେ ଆବେଦନ କରିଥିଲେ। ହାଇକୋର୍ଟ ଜିଲାପାଳଙ୍କ ଜୁନ୍‌ ୭ ଆଦେଶକୁ ରଦ୍ଦ କରିବା ସହ କଳାବତୀଙ୍କୁ ଐଘର’ର ସରପଞ୍ଚ ଭାବେ ପୁନଃସ୍ଥାପିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri