ମହୋଦଧିରେ ଶ୍ରୀଶ୍ରୀ ଦାଦାଙ୍କ ଅସ୍ଥି ବିସର୍ଜନ

ପୁରୀ ଅଫିସ,୫ା୬:  ମହୋଦଧିରେ ରବିବାର ‘ସତ୍‌ସଙ୍ଗ’ର ପୂର୍ବତନ ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦା(ଅଶୋକ ଚକ୍ରବର୍ତ୍ତୀ)ଙ୍କ ଅସ୍ଥି ବିସର୍ଜନ ତାଙ୍କର କନିଷ୍ଠପୁତ୍ର ଅନିନ୍ଦ୍ୟଦ୍ୟୁତି ଚକ୍ରବର୍ତ୍ତୀ (ପୂଜ୍ୟପାଦ ବିଙ୍କିଦା)ଙ୍କ ଦ୍ବାରା ଶାସ୍ତ୍ରୀୟ ବିଧିବିଧାନ ଅନୁସାରେ ସମ୍ପନ୍ନ ହୋଇଛି। ଏହି ଉପଲକ୍ଷେ ପୁରୀସ୍ଥିତ ସତ୍‌ସଙ୍ଗ ଠାକୁରବାଡ଼ିରେ ଓ ବିଭିନ୍ନ ଅଞ୍ଚଳରୁ ଆଗତ ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ସହସ୍ରାଧିକ ଶିଷ୍ୟ, ଅନୁଗାମୀ ସମବେତ ହୋଇଥିଲେ। ବୈଦିକ ବିଧି-ବିଧାନ ଓ ଶ୍ରୀଶ୍ରୀଠାକୁରଙ୍କ ଜୟଧ୍ବନି ମଧ୍ୟରେ ଏହି ପବିତ୍ର ପ୍ରକ୍ରିୟା ସମାପନ ହୋଇଥିଲା।

ଆଜିର ଏହି କାର୍ଯ୍ୟକ୍ରମରେ ବିଧାୟକ ଦେବୀ ପ୍ରସାଦ ମିଶ୍ର, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ପୁରୀ ଜିଲାପାଳ ସମର୍ଥ ବର୍ମା, ଏଡିଏମ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସତସଙ୍ଗର ସହ-ସଂପାଦକ ଡା.ବିନାୟକ ମହାପାତ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୁରୀ ଜିଲା ପ୍ରଶାସନର ସମସ୍ତ ବିଭାଗ ସହଯୋଗ କରିଥିଲେ।

ସୂଚନାଯୋଗ୍ୟ ଏହାପୂର୍ବରୁ ପୂଜନୀୟ ବିଙ୍କିଦା ହରିଦ୍ବାରର ବ୍ରହ୍ମକୁଣ୍ଡରେ, ନେମିଷାରଣ୍ୟ ବ୍ୟାସଗାଦି-ସ୍ଥିତ ଗୋମତୀ ନଦୀ, ପ୍ରୟାଗରାଜସ୍ଥିତ ତ୍ରିବେଣୀ ସଙ୍ଗମରେ ମଧ୍ୟ ଶ୍ରୀଶ୍ରୀଦାଦାଙ୍କର ଅସ୍ଥି  ବିସର୍ଜନ କରିଥିଲେ। ଏଥିସହ ସେ କନ୍ୟାକୁମାରୀଠାରେ କାବେରୀନଦୀରେ ଓ ସାଗର ସଙ୍ଗମରେ, ଓମକାରେଶ୍ବରଠାରେ ନର୍ମଦାରେ, ନାସିକଠାରେ ଗୋଦାବରୀରେ, ଦ୍ବାରକାଠାରେ ଆରବ ସାଗରରେ ଶ୍ରୀଶ୍ରୀଦାଦାଙ୍କ ଚିତାଭସ୍ମ ବିସର୍ଜନ ମଧ୍ୟ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଓଘର ସତ୍‌ସଙ୍ଗ ଆଶ୍ରମର କର୍ମୀ ବିଶ୍ବଜିତ ଚୌଧୁରୀ ଓ ଗୌରକୃଷ୍ଣ ନାୟକ ସକ୍ରିୟ ଭୂମିକା ନିର୍ବାହ କରିଛନ୍ତି।
ଶ୍ରୀଶ୍ରୀଦାଦାଙ୍କ ଅସ୍ଥି ବିସର୍ଜନ ଅବସରରେ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ସ୍ବତନ୍ତ୍ର ବାର୍ତ୍ତା ଜାରି କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri