ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି। ଏହି ଘଟଣା ପ୍ରକାଶ ପାଇବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା।

ଗିରଫ ହୋଇଥିବାମାନଙ୍କ ମଧ୍ୟରେ ଫାର୍ମହାଉସ ମାଲିକ, ଜେସିବି ଡ୍ରାଇଭର ଓ ଜଗୁଆଳି ରହିଛନ୍ତି। ସୂଚନା ଅନୁଯାୟୀ, ମୃତ ହାତୀକୁ ଲୁଚାଇବା ପାଇଁ ଫାର୍ମହାଉସ ଭିତରେ ଗାଡ଼ ଖୋଳି ପୋତିଦେଇଥିବା ଅଭିଯୋଗ  ହୋଇଥିଲା।

ଘଟଣା ସମ୍ପର୍କରେ ବନ ବିଭାଗ ଓ ପୋଲିସ ତଦନ୍ତ କରି ଘଟଣାର ସତ୍ୟତା ଜାଣିଥିଲେ। ପରେ ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

କୋର୍ଟରେ ଜାମିନ ଆବେଦନ ନାମଞ୍ଜୁର ହେବା ପରେ ୩ ଜଣଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି। ଏହି ଘଟଣାକୁ ନେଇ ବନ ବିଭାଗ ଆହୁରି ତଦନ୍ତ ଜାରି ରଖିଛି।

ବନବିଭାଗ ପକ୍ଷରୁ ମାଜିଷ୍ଟ୍ରେଟ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଜେସିବି ସାହାଯ୍ୟରେ ଫାର୍ମ ହାଉସ ପରିସରରୁ ମାଟି ଖୋଳି ହାତୀର ମୃତଦେହ ଜବତ କରି ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ଫାର୍ମ ହାଉସ ମାଲିକଙ୍କ ସମେତ ୩ଜଣଙ୍କୁ ଅଟକ ରଖି ତଦନ୍ତ ଜାରି ରହିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି।

ଏପରିକି ଫାର୍ମ ହାଉସ ଚାରିପଟେ ବେଆଇନ ଭାବେ ବିଦ୍ୟୁତ୍‌କରଣ କରାଯାଇଥିବା ଜଣାପଡିଛି। ଏଭଳିସ୍ଥିତିରେ ହାତୀଟି ବିଦ୍ୟୁତ୍‌ ତାର ସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri