ବୁର୍କିନା ଫାସୋ ରାଷ୍ଟ୍ରପତି ବନ୍ଦୀ

ଓଉଆଗାଡୋଗୁ, ୨୫।୧: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋର ରାଷ୍ଟ୍ରପତି ରୋଚ୍‌ ମାର୍କ ଖ୍ରୀଷ୍ଟିଆନ କାବୋରେଙ୍କୁ ବିଦ୍ରୋହୀ ସୈନିକମାନେ ସୋମବାର ବନ୍ଦୀ କରିନେଇଛନ୍ତି। ଏ ନେଇ ୪ ପ୍ରମୁଖ ପ୍ରତିରକ୍ଷା ଉତ୍ସ ଏବଂ ପଶ୍ଚିମ ଆଫ୍ରିକାର ଜଣେ କୂଟନୀତିଜ୍ଞ ସୂଚନା ଦେଇଛନ୍ତି। ତେବେ ତାଙ୍କୁ କେଉଁଠି ରଖାଯାଇଛି ସେ ବାବଦରେ ଜଣାପଡ଼ିନାହିଁ। ଏହାପୂର୍ବରୁ ରବିବାର ରାଜଧାନୀ ଓଉଆଗାଡୋଗୁରେ ରାଷ୍ଟ୍ରପତିଙ୍କ ବାସଭବନ ନିକଟରେ ଗୁଳି ବିନିମୟ ହୋଇଥିଲା। ସେନା ଶିବିରରୁ ଏହି ଗୁଳିଚାଳନା କରାଯାଇଥିବା ଜଣାଯାଇଛି। ଏଥିଯୋଗୁ ରାଷ୍ଟ୍ରପତିଙ୍କ କନ୍‌ଭେରେ ସାମିଲ ହୋଇଥିବା ଗାଡ଼ିଗୁଡ଼ିକ କ୍ଷତିଗ୍ରସ୍ତ ହୋଇଥିବା ସୋମବାର ସକାଳେ ଦେଖିବାକୁ ମିଳିଥିଲା। କିନ୍ତୁ ସରକାରଙ୍କ ପକ୍ଷରୁ ଏହି ଗୁଳିଚାଳନା ଖବରକୁ ଖଣ୍ଡନ କରାଯାଇଥିଲା।
ଅନୁସାରେ, ବୁର୍କିନା ଫାସୋରେ ସେନା ବିଦ୍ରୋହର ଆଶଙ୍କା ଉପୁଜିଛି। ବିଶେଷ କରି ଦେଶରେ ଆତଙ୍କବାଦ କାର୍ଯ୍ୟକଳାପ ବୃଦ୍ଧି ପାଇବାକୁ ନେଇ ସୈନିକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି। ଆତଙ୍କବାଦୀ ଆକ୍ରମଣରେ ବହୁ ସଂଖ୍ୟାରେ ସାଧାରଣ ନାଗରିକ ଏବଂ ସୈନ୍ୟ ନିହତ ହେବାକୁ ନେଇ ଏହି ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଆତଙ୍କବାଦୀଙ୍କ ମଧ୍ୟରେ ଅଧିକାଂଶଙ୍କ ଲିଙ୍କ୍‌ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ଏବଂ ଅଲ୍‌-କାଏଦା ସହ ରହିଛି। ତେଣୁ ଇସ୍‌ଲାମୀୟ ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ସରକାର ଅଧିକ ସମର୍ଥନ ଓ ସହାୟତା ଯୋଗାଇଦେବାକୁ ଦାବି କରି ସେନା ବିଦ୍ରୋହ ମୁଣ୍ଡ ଟେକିଛି। ସେନା ବିଦ୍ରୋହ କରି ଶାସନ କ୍ଷମତାକୁ ନେବା ଚର୍ଚ୍ଚାକୁ ସରକାରଙ୍କ ପକ୍ଷରୁ ଖଣ୍ଡନ କରାଯିବା ସହ ସବୁକିଛି ନିୟନ୍ତ୍ରଣ ମଧ୍ୟରେ ଥିବା କୁହାଯାଇଛି। ଇସଲାମୀୟ ଆତଙ୍କବାଦୀ କାର୍ଯ୍ୟକଳାପ ଉପରେ ରୋକ ଲଗାଇବାରେ ରାଷ୍ଟ୍ରପତି କାବୋରେ ବିଫଳ ହୋଇଥିବା କହି ତାଙ୍କ ଇସ୍ତଫା ଦାବିରେ ରବିବାର ବହୁସଂଖ୍ୟାରେ ଲୋକ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସରକାର ବିରୋଧୀ ପ୍ରଦର୍ଶନକାରୀଙ୍କୁ ବିଦ୍ରୋହୀ ସୈନ୍ୟଙ୍କ ସମର୍ଥନ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri