ବୁର୍କିନା ଫାସୋରେ ୯ ମାସରେ ଦ୍ୱିତୀୟ କ୍ଷମତା ଦଖଲ…

ଓଗାଡୋଗୁ, ୧।୧୦ : ଗତ ୯ ମାସ ମଧ୍ୟରେ ବୁର୍କିନା ଫାସୋରେ ଦ୍ୱିତୀୟ ଥର ପାଇଁ କ୍ଷମତା ଦଖଲ ହୋଇଛି। ସୈନ୍ୟବାହିନୀ ଶୁକ୍ରବାର ବିଳମ୍ବିତ ରାତିରେ ଦେଶର ସରକାରୀ ପ୍ରସାରଣ ସେବାକୁ ନିଜ ନିୟନ୍ତ୍ରଣରେ ନେଇଛି। ସୈନ୍ୟବାହିନୀ ରାଷ୍ଟ୍ରପତି ଲ୍ୟୁଟନାଟ କର୍ନେଲ ପଲ ହେନେରୀ ସାଣ୍ଡାଗୋ ଦାମିବାଙ୍କୁ କ୍ଷମତାରୁ ବେଦଖଲ କରିଛନ୍ତି। ଜଣେ ସାମରିକ ମୁଖପାତ୍ର କହିଛନ୍ତି ଯେ ଇସଲାମୀୟ ଉଗ୍ରବାଦ ସହ ଲଢୁୁଥିବା କ୍ୟାପଟେନ ଇବ୍ରାହିମ ତ୍ରାଓରେ ଦେଶର ନୂତନ ରାଷ୍ଟ୍ରପତି ଭାବେ ଅବସ୍ଥାପିତ ହୋଇଛନ୍ତି।

ଦାମିବା ଏବଂ ତାଙ୍କ ସହଯୋଗୀମାନେ ନଅ ମାସ ପୂର୍ବରୁ ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ବହିଷ୍କାର କରିଥିଲେ। ଦେଶକୁ ଅଧିକ ସୁରକ୍ଷିତ କରିବାକୁ ପ୍ରତିଶ୍ରୁତି ଦେଇ ସେ କ୍ଷମତାକୁ ଆସିଥିଲେ। ତେବେ ଦେଶରେ ହିଂସା ଜାରି ରହିଥିଲା। ଗତ କିଛି ମାସ ମଧ୍ୟରେ ତାଙ୍କ ନେତୃତ୍ୱ ବିରୋଧରେ ଅସନ୍ତୋଷର ସ୍ବର ବଢ଼ିବାରେ ଲାଗିଥିଲା।

ଦେଶର ନିରାପତ୍ତା ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁରକ୍ଷା ପ୍ରସଙ୍ଗରେ ପରିବର୍ତ୍ତନକୁ ଧ୍ୟାନ ଦେବା ପାଇଁ ଆମେ ବାରମ୍ବାର ଉଦ୍ୟମ କରିଛୁ ବୋଲି ମୁଖପାତ୍ର କ୍ୟାପ୍ଟେନ କିସ୍ବେଦସିଦା ଫାରୁକ ଆଜରିଆ ସୋରଘୋ କହିଛନ୍ତି। ସୈନ୍ୟବାହିନୀ ଅନ୍ତର୍ଜାତୀୟ ସମୁଦାୟକୁ ସ୍ଥିତିରେ ସୁଧାର ଆଣିବା ଲାଗି ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ଲାଗି କାର୍ଯ୍ୟ କରିବେ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି। ଶାନ୍ତିପୂର୍ଣ୍ଣ ଭାବରେ ସେମାନଙ୍କ କାର୍ଯ୍ୟରେ ଧ୍ୟାନ ଦେବାକୁ ସେ ଦେଶବାସୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଯୁଦ୍ଧ ଭିତରେ ବମ୍ଫର ରୋଜଗାର କଲା ଇରାନ, ତେଲ ବିକ୍ରି କରି ହେଲା ମାଲାମାଲ, ଜାଣିଲେ ଟ୍ରମ୍ପଙ୍କ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୩୦।୩: ଇରାନ ସହିତ ଯୁଦ୍ଧ ଏବେ ଏକ ବିଶ୍ୱ ସଙ୍କଟରେ ପରିଣତ ହୋଇଛି। ତେଲ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥଳ ଏବଂ ଆକାଶ ଆକ୍ରମଣ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri