ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି ଅନୁଗୁଳ ଜିଲା ତାଳଚେର ସହରର ଆୟୁସ୍ମିତା ସାମତ(୨୩)। ସେ ବୁର୍ଲା ଏମସିଏଲର ଫାଇନାନ୍ସ ଡିପାର୍ଟମେଣ୍ଟ (ଆକାଉଣ୍ଟସ ସେକ୍ସନ)ରେ କ୍ଲର୍କ ଭାବେ କାର୍ଯ୍ୟରତ ଥିଲେ।
ତାଙ୍କ ପିତା ସ୍ବର୍ଗତ ସୁଦେଶ କୁମାର ସାମତ ମଧ୍ୟ ଏମସିଏଲର ଜଣେ କର୍ମଚାରୀ ଥିଲେ ଏବଂ ତାଙ୍କ ଦେହାନ୍ତ ପରେ ଆୟୁସ୍ମିତାଙ୍କୁ ଏହି ଚାକିରି ମିଳିଥିଲା। ଏଠାରେ ଏମସିଏଲ ଜାଗୃତି ବିହାର ସରକାରୀ କ୍ୱାର୍ଟର ନମ୍ବର ୩୬ (ବି-ଟାଇପ, ବ୍ଲକ ନମ୍ବର ୫)ରେ ଏକୁଟିଆ ରହୁଥିଲେ। ଆଜି ଡ୍ୟୁଟି ସମୟରେ ସେ ଅଫିସ ନ ପହଞ୍ଚିବାରୁ ସହକର୍ମୀ ଓ ସାଙ୍ଗମାନେ ତାଙ୍କୁ ଫୋନ କରିଥିଲେ। ମାତ୍ର ବାରମ୍ବାର ଫୋନ କରିବା ସତ୍ତ୍ୱେ ସେ କଲ ଗ୍ରହଣ କରି ନ ଥିଲେ। ତେଣୁ ସନ୍ଦେହ ହେବାରୁ ସାଙ୍ଗମାନେ ତାଙ୍କ କ୍ୱାର୍ଟରକୁ ଯାଇ କବାଟ ବାଡେଇଥିଲେ। କବାଟ ନ ଖୋଲିବାରୁ ସେମାନେ ଏମସିଏଲ ସିକ୍ୟୁରିଟି ଇନଚାର୍ଜଙ୍କୁ ଜଣାଇଥିଲେ। ପରେ ସିକ୍ୟୁରିଟି କର୍ମଚାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଝରକା ଦେଇ ଦେଖିବା ବେଳକୁ ଆୟୁସ୍ମିତା ଏକ ଦଉଡି ସାହାଯ୍ୟରେ ଝୁଲୁଥିବା ଦେଖିବାକୁ ମିଳିଥିଲା।
ଘଟଣାସ୍ଥଳରେ ବୁର୍ଲା ପୋଲିସ ପହଞ୍ଚି ଶବ ଉଦ୍ଧାର ପାଇଁ ମାଜିଷ୍ଟ୍ରେଟଙ୍କ ଅପେକ୍ଷାରେ ରହିଛି। ମୃତଦେହକୁ ଏପର୍ଯ୍ୟନ୍ତ କ୍ୱାର୍ଟରରୁ ବାହାର କରାଯାଇ ନାହିଁ। ଅପରପକ୍ଷରେ ଆୟୁସ୍ମିତାଙ୍କ ମା’ ଓ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଖବର ଦିଆଯାଇଛି। ପରିବାର ଲୋକ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କବାଟ ଭଙ୍ଗାଯାଇ ମୃତଦେହ ଜବତ କରାଯିବ ଏବଂ ପଞ୍ଚନାମା ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ପୋଲିସ ସୂଚନା ଦେଇଛି। ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri