Burla Medical College: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଛାତ୍ରୀ ମିଳିବା ଘଟଣା: ଜଣାପଡିଲା ବଡ଼ କାରଣ, ଅଟୋରେ…

ସମ୍ବଲପୁର,୨୦।୨(ପ୍ରମୋଦ ବହିଦାର): ବୁର୍ଲା ଜ୍ୟୋତିବିହାରରୁ ଅଟଳ ଛକକୁ ସଂଯୋଗ କରୁଥିବା ଭିଆଇପି ରାସ୍ତା କଡ଼ରୁ ବୁଧବାର ରାତିରେ ସଂଜ୍ଞାହୀନ ଭାବେ ରକ୍ତାକ୍ତ ଅବସ୍ଥାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଉଦ୍ଧାର କରିଛି ବୁର୍ଲା ପୋଲିସ। ତାଙ୍କୁ ପ୍ରଥମେ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଥିଲା। ତାଙ୍କ କପାଳରେ ଗଭୀର କ୍ଷତ ହୋଇ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି। ତେବେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ରାତାରାତି ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ଅଧିକ ଚିକିତ୍ସା ପାଇଁ ଛାତ୍ରୀଙ୍କୁ ଭୀମସାରରୁ ଭୁବନେଶ୍ବରର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ପରିବାର ଲୋକ ସୂଚନା ଦେଇଛନ୍ତି। ଏନେଇ ପୋଲିସ ତଦନ୍ତ କରୁଥିବାବେଳେ ଅଟୋରେ ଥିବା କିଛି ଲୋକଙ୍କୁ ଅଟକ ରଖି ଜେରା କରୁଛି। କ୍ୟାଟରିଂ କାମ ପାଇଁ ଅଟୋରେ ଯାଉଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ଘଟଣାସ୍ଥଳରେ ସେମାନେ ଅଟୋ ଅଦଳବଦଳ କରିବାକୁ ଓହ୍ଲାଇଥିବା କହିଛନ୍ତି।

ସୂଚନା ଯୋଗ୍ୟ ଯେ, ବୁଧବାର ରାତି ପ୍ରାୟ ସାଢ଼େ ୧୧ଟା ସମୟରେ କେତେକ ପଥଚାରୀ ରାସ୍ତାକଡ଼ରେ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଉକ୍ତ ଛାତ୍ରୀଙ୍କୁ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବୁର୍ଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ରକ୍ତାକ୍ତ ଅବସ୍ଥାରେ ଛାତ୍ରୀଙ୍କୁ ଉଦ୍ଧାର କରି ଭିମସାରରେ ଭର୍ତ୍ତି କରିଥିଲା। ଘଟଣା ସମ୍ପର୍କରେ ସଠିକ ଭାବେ କିଛି ଜଣାପଡ଼ି ନାହିଁ। ତେବେ ସେ ଏଠାରେ ଏଭଳି ଅବସ୍ଥାରେ କେମିତି ପଡ଼ିଥିଲେ, କେଉଁମାନେ ବା କିଏ ତାଙ୍କୁ ଆଣି ଏଠାରେ ଏଭଳି ଅବସ୍ଥାରେ ପକାଇଲା, ତାଙ୍କର ଏଭଳି ଅବସ୍ଥା ପାଇଁ ଦାୟୀ କିଏ ସେ ଦିଗରେ ପୋଲିସ ତଦନ୍ତ ଜାରି ରହିଛି। ତାଙ୍କର ମୋବାଇଲ ମଧ୍ୟ ଗାଏବ ହୋଇଯାଇଥିବା ବେଳେ ପୋଲିସ ଏହି ରାସ୍ତାର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି। ଅପରପକ୍ଷରେ ଆହତ ଛାତ୍ରୀ ଜଣକ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଲାଇବ୍ରାରୀ ସାଇନ୍ସ ବିଭାଗରେ ପାଠ ପଢ଼ୁଛନ୍ତି। ସେ ବୁର୍ଲା ଜ୍ୟୋତିବିହାର ନିକଟ ଶିବ ବିହାରରେ ପରିବାର ସହ ରହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri