Burla Medical College: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଛାତ୍ରୀ ମିଳିବା ଘଟଣା: ଜଣାପଡିଲା ବଡ଼ କାରଣ, ଅଟୋରେ…

ସମ୍ବଲପୁର,୨୦।୨(ପ୍ରମୋଦ ବହିଦାର): ବୁର୍ଲା ଜ୍ୟୋତିବିହାରରୁ ଅଟଳ ଛକକୁ ସଂଯୋଗ କରୁଥିବା ଭିଆଇପି ରାସ୍ତା କଡ଼ରୁ ବୁଧବାର ରାତିରେ ସଂଜ୍ଞାହୀନ ଭାବେ ରକ୍ତାକ୍ତ ଅବସ୍ଥାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଉଦ୍ଧାର କରିଛି ବୁର୍ଲା ପୋଲିସ। ତାଙ୍କୁ ପ୍ରଥମେ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଥିଲା। ତାଙ୍କ କପାଳରେ ଗଭୀର କ୍ଷତ ହୋଇ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି। ତେବେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ରାତାରାତି ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ଅଧିକ ଚିକିତ୍ସା ପାଇଁ ଛାତ୍ରୀଙ୍କୁ ଭୀମସାରରୁ ଭୁବନେଶ୍ବରର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ପରିବାର ଲୋକ ସୂଚନା ଦେଇଛନ୍ତି। ଏନେଇ ପୋଲିସ ତଦନ୍ତ କରୁଥିବାବେଳେ ଅଟୋରେ ଥିବା କିଛି ଲୋକଙ୍କୁ ଅଟକ ରଖି ଜେରା କରୁଛି। କ୍ୟାଟରିଂ କାମ ପାଇଁ ଅଟୋରେ ଯାଉଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ଘଟଣାସ୍ଥଳରେ ସେମାନେ ଅଟୋ ଅଦଳବଦଳ କରିବାକୁ ଓହ୍ଲାଇଥିବା କହିଛନ୍ତି।

ସୂଚନା ଯୋଗ୍ୟ ଯେ, ବୁଧବାର ରାତି ପ୍ରାୟ ସାଢ଼େ ୧୧ଟା ସମୟରେ କେତେକ ପଥଚାରୀ ରାସ୍ତାକଡ଼ରେ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଉକ୍ତ ଛାତ୍ରୀଙ୍କୁ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବୁର୍ଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ରକ୍ତାକ୍ତ ଅବସ୍ଥାରେ ଛାତ୍ରୀଙ୍କୁ ଉଦ୍ଧାର କରି ଭିମସାରରେ ଭର୍ତ୍ତି କରିଥିଲା। ଘଟଣା ସମ୍ପର୍କରେ ସଠିକ ଭାବେ କିଛି ଜଣାପଡ଼ି ନାହିଁ। ତେବେ ସେ ଏଠାରେ ଏଭଳି ଅବସ୍ଥାରେ କେମିତି ପଡ଼ିଥିଲେ, କେଉଁମାନେ ବା କିଏ ତାଙ୍କୁ ଆଣି ଏଠାରେ ଏଭଳି ଅବସ୍ଥାରେ ପକାଇଲା, ତାଙ୍କର ଏଭଳି ଅବସ୍ଥା ପାଇଁ ଦାୟୀ କିଏ ସେ ଦିଗରେ ପୋଲିସ ତଦନ୍ତ ଜାରି ରହିଛି। ତାଙ୍କର ମୋବାଇଲ ମଧ୍ୟ ଗାଏବ ହୋଇଯାଇଥିବା ବେଳେ ପୋଲିସ ଏହି ରାସ୍ତାର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି। ଅପରପକ୍ଷରେ ଆହତ ଛାତ୍ରୀ ଜଣକ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଲାଇବ୍ରାରୀ ସାଇନ୍ସ ବିଭାଗରେ ପାଠ ପଢ଼ୁଛନ୍ତି। ସେ ବୁର୍ଲା ଜ୍ୟୋତିବିହାର ନିକଟ ଶିବ ବିହାରରେ ପରିବାର ସହ ରହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri