ଦୁର୍ବୃତ୍ତଙ୍କ ଉନ୍ମତ୍ତ କାଣ୍ଡ, ଗୋଟିଏ ରାତିରେ ପୋଡ଼ିଦେଲେ ୩ ଦୋକାନ

କୋଟଗଡ, ୬।୧୨(ଡି଼.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡା ନୂଆଁସାହି ନିକଟ ବଜାରରେ ଦୁର୍ବୃତ୍ତମାନେ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ଗୋଟିଏ ରାତିରେ ୩ଟି ଦୋକାନ ପୋଡି ଦେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ଗୋଟିଏ ଜଳଖିଆ ଦୋକାନ, ପରିବା ଦୋକାନ ଓ ଗୋଟିଏ ଟାୟାର ଦୋକାନ ପୋଡିଥିବା ଜଣାପଡିଛି । ଆକ୍ରୋଶମୂଳକ ଭାବେ ନିଆଁ ଲଗାଯାଇଥିବା ଟାୟାର ଦୋକାନୀ ମାଲିକ ସୁରେଶ କହିଛନ୍ତି। ଏଭଳି ଘଟଣାକୁ ନିନ୍ଦା କରିବା ସହିତ ରାତ୍ରିକାଳୀନ ପୋଲିସ ପାଟ୍ରୋଲିଂକୁ କଡାକଡି କରିବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି। ବାଲିଗୁଡାରେ ପ୍ରବଳ ଶୀତ ଓ ଘନକୁହୁଡି ଯୋଗୁ ରାତିରେ ଏହାର ସୁଯୋଗ ନେଇ କୌଣସି ଦୁର୍ବୃତ୍ତ ଏଭଳି ଘଟଣା ଘଟାଇଥିବା ଜଣାପଡିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି। ଅନ୍ୟପକ୍ଷେ ଲାଗିଥିବା ସିସିଟିଭି କ୍ୟାମେରା ଯାଞ୍ଚ ପରେ ସମସ୍ତ ଘଟଣା ପଦାକୁ ଆସିବା ସହିତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri