‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ ବେହେରା। ପୋଲିସ ଦଫା ୪୯୮(କ), ୨୯୪, ୩୦୨, ୩୦୪ (କ)/୩୪ ଆଇପିସି ଓ ଯୌତୁକ ନିର୍ଯାତନା ଆଇନର ଧାରା ୪ରେ ଏକ ମାମଲା (ନଂ.୨୬/୨୧) ରୁଜୁ କରି ଘଟଣାର ତଦନ୍ତ କରୁଛି।
ଅଭିଯୋଗ ମୁତାବକ, ୨୦୧୭ ଏପ୍ରିଲ ୧୯ରେ ମାଧପୁର ଗ୍ରାମର କୃଷ୍ଣଙ୍କ ଝିଅ ରୁନୁ ବେହେରା ରେଢାଖୋଲ ଥାନା ଗୋବିନ୍ଦପୁର ଗ୍ରାମର ଶିବ ବେହେରାଙ୍କ ପୁଅ ବସନ୍ତଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ସେ ସମୟରେ ଦାବି ମୁତାବକ ସମସ୍ତ ଯୌତୁକ ଦିଆଯାଇଥିଲା। ବିବାହ ପରେ ଏକ ମୋଟରସାଇକେଲ ଆଣିବାକୁ କହି ଶାଶୁଘର ଲୋକେ ନିର୍ଯାତନା ଦେଇଆସୁଥିଲେ। ମୋଟରସାଇକେଲ କିଣି ଦେବା ପରେ ମଧ୍ୟ ନିର୍ଯାତନା କମି ନ ଥିଲା। ପିଲାଛୁଆ ହେଉ ନ ଥିବାରୁ ଏହାକୁ ନେଇ ଶାଶୁ, ନଣନ୍ଦ ଓ ସ୍ବାମୀ ମିଳିତ ଭାବେ ଝିଅ ରୁନୁକୁ ମାରିଦେବାକୁ ଉଦ୍ୟମ କରିଥିଲେ। ୨୯ ଡିସେମ୍ବର ୨୦୨୦ରେ ରୁନୁ ରୋଷେଇ କରୁଥିବା ସମୟରେ ସେମାନେ ପେଟ୍ରୋଲ ଢାଳି ପୋଡ଼ି ଦେଇଥିଲେ। ଜୀବନ ବିକଳରେ ସେ ବାଡିରେ ଥିବା କୂଅକୁ ଡେଇଁ ପଡିଥିଲେ। ପଡିଶା ଘର ଲୋକେ ତାଙ୍କୁ ଉଦ୍ଧାର କରି ବୁର୍ଲା ଡାକ୍ତରଖାନାକୁ ନେଇଥିଲେ। ଏ ସମ୍ପର୍କରେ ରୁନୁ ଜଣେ ନର୍ସଙ୍କ ମୋବାଇଲରୁ ୩୦ ତାରିଖରେ ଜଣାଇବା ପରେ ପରିବାର ଲୋକେ ବୁର୍ଲା ଡାକ୍ତରଖାନାରେ ପହଞ୍ଚତ୍ଥିଲେ। ରୁନୁ ଶରୀରର ଅର୍ଦ୍ଧାଧିକ ଅଂଶ ପୋଡିଯାଇଥିବାବେଳେ ବୁର୍ଲା ଡାକ୍ତରଙ୍କ ପରାମର୍ଶରେ ୬ ଜାନୁୟାରୀ ୨୦୨୧ରେ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ଚିକିତ୍ସିତ ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। ଫେବୃୟାରୀ ୬ରେ ମାଧପୁରସ୍ଥିତ ଘରେ ପୁଣି ଅବସ୍ଥା ଗୁରୁତର ହେବାରୁ ପ୍ରଥମେ ଆଠମଲ୍ଲିକ ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଯାଇଥିଲା। ହେଲେ ସନ୍ଧ୍ୟାରେ ରୁନୁଙ୍କ ମୃତ୍ୟୁ ହୋଇଥିଲା। ପୋଲିସ ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ସୁରୁବାବୁ ଛତ୍ରିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri