ରାଜନୈତିକ ଆକ୍ରୋଶରୁ ଘର ପୋଡ଼ିଦେଲେ

ଭଦ୍ରକ(ସନାତନ ରାଉତ)/ବନ୍ତ(ହରିନାରାୟଣ ମହାନ୍ତି), ୧୧।୬:ଭଦ୍ରକ ଜିଲା ବନ୍ତ ବ୍ଲକର ଗୋବିନ୍ଦପୁର ଗ୍ରାମରେ ରାଜନୈତିକ ହିଂସା ଘଟିଛି। ଗୋବିନ୍ଦପୁର ବଜାରସ୍ଥିତ ସତ୍ୟବ୍ରତ ସାହୁଙ୍କ ଘରେ ରବିବାର ରାତିରେ ଦୁର୍ବୃତ୍ତମାନେ ନିଅଁା ଲଗାଇ ଦେଇଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ ନେଇ ତୁମୁଳକାଣ୍ଡ ସୃଷ୍ଟି ହୋଇଛି। ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା କରାଯାଇଛି। ରାଜନୈତିକ ଆକ୍ରୋଶରୁ ତାଙ୍କ ଘର ପୋଡ଼ି ଦିଆଯାଇଥିବା ନେଇ ସତ୍ୟବ୍ରତ ସୋମବାର ସକାଳେ କେନ୍ଦୁଆପଦା ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି।
।ୂଚନା ଅନୁଯାୟୀ, ପଡ଼ୋଶୀ ଶରତ ପଣ୍ଡାଙ୍କ ପୁଅ ଦୀପକ ରାତିରେ ବାହାରକୁ ଉଠିଥିବା ବେଳେ ସତ୍ୟବ୍ରତଙ୍କ ଘର ଜଳୁଥିବା ଦେଖିଥିଲେ। ସେ ସତ୍ୟବ୍ରତଙ୍କୁ ଡାକ ପକାଇବାରୁ ପରିବାର ଲୋକେ ବାହାରକୁ ପଳାଇ ଆସି ଜୀବନ ବଞ୍ଚାଇଥିଲେ। ନିଅଁା ଲଗାଇଥିବା ଦୁର୍ବୃତ୍ତମାନେ ନିକଟସ୍ଥ ବାରମାଣିଆ ଗ୍ରାମର ଦାଶରଥି ନାୟକଙ୍କ ଘରେ ଲୁଚିଥିବା ସନ୍ଦେହ କରି ବହୁ ଲୋକ ସେଠାରେ ରାତିରୁ ନଜର ରଖିଥିବା ସହ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ତାଙ୍କ ଘରେ ଥିବା ୨ଟି ବାଇକ୍‌ ଓ ଚାରିଚକିଆ ଗାଡ଼ିକୁ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ବେଳେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଲୋକେ ହୋହଲ୍ଲା କରିଥିଲେ। ପରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ପହଞ୍ଚତ୍ ମହିଳା ପୋଲିସ ସହ ଘର ଭିତରେ ଲୁଚି ରହିଥିବା ୩ଜଣଙ୍କୁ ଧରି ଫାଣ୍ଡିକୁ ନେଇ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ଫେରାର ହୋଇଯାଇଛନ୍ତି। ଉତ୍ତ୍ୟକ୍ତ ଲୋକେ ଗାଡ଼ି ଭାଙ୍ଗିବା ସହ ଗାଳିଗୁଲଜ ଓ ଆକ୍ରମଣ କରିଥିବା ନେଇ ଦାଶରଥିଙ୍କ ସ୍ତ୍ରୀ ପୁଷ୍ପଲତା ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଆକ୍ରମଣରେ ତାଙ୍କ ଝିଅ ଆହତ ହୋଇ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ସେ ଏତଲାରେ ଦର୍ଶାଇଛନ୍ତି। ଉଭୟ ପକ୍ଷର ଅଭିଯୋଗକ୍ରମେ ଥାନାରେ ୨ଟି ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri