ଜଳିଗଲା ୯୦୦ ହେକ୍ଟର ପାଇନ୍‌ ଜଙ୍ଗଲ

ପ୍ୟାରିସ୍‌,୨୮ା୭: କିଛି ସପ୍ତାହ ଧରି ୟୁରୋପୀୟ ଦେଶଗୁଡ଼ିକରେ ପ୍ରବଳ ଉତ୍ତାପ ଏବଂ ଜଙ୍ଗଲୀ ନିଆଁ ବ୍ୟାପିଛି। ଦକ୍ଷିଣ-ପୂର୍ବ ଫ୍ରାନ୍ସର ଆର୍ଡଚେ ଜଙ୍ଗଲ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଦକ୍ଷିଣ ଫ୍ରାନ୍ସର ୯୦୦ ହେକ୍ଟର ପାଇନ ଜଙ୍ଗଲକୁ ନଷ୍ଟ କରିଥିବା ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ୫୦୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କୁ ସେଠାରୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି।

ସ୍ଥାନୀୟ ଅଧିକାରୀଙ୍କ କହିବାନୁସାରେ, ମୁଖ୍ୟ ଅଗ୍ନିକାଣ୍ଡ ଆର୍ଡଚେ ନଦୀ ନିକଟବର୍ତ୍ତୀ ଅଞ୍ଚଳରେ ଆରମ୍ଭ ହୋଇ ବର୍ତ୍ତମାନ ଭୋଗ୍‌ ସହର ଆଡ଼କୁ ଯାଉଛି। ଯେଉଁଠାରେ ଆର୍ଡଚେ ଅଗ୍ନିଶମ କର୍ମଚାରୀମାନେ ଅଛନ୍ତି। ଅଧିକାରୀମାନେ କହିଛନ୍ତି, ଅଗ୍ନିକାଣ୍ଡରେ କୌଣସି ବସ୍ତିବାସିନ୍ଦା ବିପଦରେ ନାହାନ୍ତି। ଲାଭିଲିଡିୟୁର ଶିଳ୍ପାଞ୍ଚଳ ସୁରକ୍ଷିତ ଅଛି।

ସ୍ଥାନୀୟ ଅଧିକାରୀ କହିଛନ୍ତି, ଅନେକ ରାସ୍ତା ବନ୍ଦ ରହିଛି ଏବଂ ଅଗ୍ନିକାଣ୍ଡର କାରଣ ଜାଣିବା ପାଇଁ ତଦନ୍ତ ଚାଲିଛି।

ରିପୋର୍ଟ ଅନୁଯାୟୀ, ଅନେକ ଅଞ୍ଚଳରେ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସକୁ ବୃଦ୍ଧି ପାଇଛି। ଫିଲେଡେଲ୍‌ଫିଆରେ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ ରହିଛି। ଅଞ୍ଚଳର ତାପମାତ୍ରା ବୃଦ୍ଧି ହେତୁ ଲୋକଙ୍କ ସମସ୍ୟା ବଢ଼ିଛି। ପ୍ରବଳ ଉତ୍ତାପକୁ ଦୃଷ୍ଟିରେ ରଖି ଷ୍ଟେଶନଗୁଡ଼ିକୁ କୁଲିଂ ସେଣ୍ଟର ଏବଂ ଏୟାର କଣ୍ଡିଶନର ଖୋଲିବାକୁ କୁହାଯାଇଛି।

ଜନସେବା ବସ୍‌ରେ ଏୟାର କଣ୍ଡିଶନର ଚଳାଇବାକୁ ସ୍ଥାନୀୟ ପ୍ରଶାସନ ନିର୍ଦ୍ଦେଶ ଦେଇଛି। ଲୋକଙ୍କୁ ଅଧିକ ପାଣି ପିଇବାକୁ, ଅଳ୍ପ ସମୟ ପାଇଁ ଘରୁ ଦୂରରେ ରହିବାକୁ, ହାଲୁକା ପୋଷାକ ପିନ୍ଧିବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବୃଦ୍ଧ ଲୋକଙ୍କୁ ଅଧିକ ସତର୍କ ରହିବାକୁ କୁହାଯାଇଛି। ଗୃହପାଳିତ ପଶୁମାନଙ୍କ ବିଷୟରେ ମଧ୍ୟ ବିଶେଷ ସତର୍କତା ପରାମର୍ଶ ଦିଆଯାଇଛି। ରବିବାର ନ୍ୟୁୟର୍କ ସିଟି ପ୍ରଶାସନ ଉତ୍ତାପରେ ଜଣଙ୍କର ମୃତ୍ୟୁ ହୋଇଛି। କୁହାଯାଏ, ନ୍ୟୁୟର୍କ ସହରର ତାପମାତ୍ରା ରେକର୍ଡ ୩୬ ଡିଗ୍ରୀ ସେଲସିୟସରେ ପହଞ୍ଚିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri