ଆକାଶରୁ ଖସିଲା ଜଳନ୍ତା ଗ୍ରହପିଣ୍ଡ

ହାଭାନା,୨୧।୩: ମଧ୍ୟ ଆମେରିକା ଦେଶ କ୍ୟୁବାରେ ଶନିବାର ରାତ୍ର ୧୦ଟା ୬ରେ ଆକାଶରୁ ଏକ ଜଳନ୍ତା ଗ୍ରହପିଣ୍ଡ ପ୍ରଚଣ୍ଡ ଶବ୍ଦ କରି ଭୂପୃଷ୍ଠରେ ପଡ଼ିଛି। ଜଳନ୍ତା ଗ୍ରହପିଣ୍ଡର ଆଲୋକରେ ରାତି ବି ଦିନ ଭଳି ଆଲୋକିତ ହୋଇ ଉଠିଥିଲା। କୌଣସି କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ ହୋଇଥିବା ନେଇ ଲୋକେ ଭୟରେ ଆତଙ୍କିତ ହୋଇ ସାରା ରାତି ଉଜାଗରରେ ବିତାଇଥିଲେ। ତେବେ ରବିବାର ସକାଳେ କ୍ୟୁବାର ନ୍ୟାଶନାଲ ସେସ୍‌ମୋଲୋଜିକାଲ ସର୍ଭିସ୍‌(ଏନ୍‌ଏସ୍‌ଏସ୍‌) ପକ୍ଷରୁ ଏହା ଏକ ଗ୍ରହପିଣ୍ଡ ବୋଲି ସୂଚନା ଦିଆଯାଇଛି। ଗ୍ରହପିଣ୍ଡ କ୍ୟୁବାର ବାୟୁମଣ୍ଡଳରେ ପ୍ରବେଶ କରିବା ପରେ ଭୟଙ୍କର ଭାବେ ଜଳି ଉଠିଥିଲା। ଶେଷରେ ଏହା ଭୂପୃଷ୍ଠରେ ଖସି ପଡ଼ିଥିବା ଏନ୍‌ଏସ୍‌ଏସ୍‌ କହିଛି। ୨୦୧୯ରେ ମଧ୍ୟ ଏଭଳି ଏକ ବଡ଼ ଗ୍ରହପିଣ୍ଡ ଏଠାରେ ଖସିଥିଲା। ସୂଚନାଯୋଗ୍ୟ,ଗତ ୮୦ ବର୍ଷ ମଧ୍ୟରେ କ୍ୟୁବାରେ ୧୦ଟି ଗ୍ରହଖଣ୍ଡ ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri