ଚାରିଆଡେ ଜଳନ୍ତା ଜୁଇ…

ଭୋପାଳ,୧୭।୪: କରୋନା ସଂକ୍ରମଣ ନେଇ ମଧ୍ୟପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ପ୍ରତିଦିନ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଶ୍ମଶାନରେ ଲମ୍ବା ଲାଇନ୍‌ ଲଗାଇବାକୁ ପଡୁଛି। ସେଥିପାଇଁ ପୂର୍ବରୁ ୪୦ରୁ ଅଧିକ ଚିତାକୁ ପ୍ରସ୍ତୁତ କରି ରଖାଯାଉଛି। ଥରକରେ ୪୦ରୁ ଅଧିକ ମୃତଦେହର ଅନ୍ତିମ ସଂସ୍କାର କରାଯାଉଛି। ଏହା ଶେଷ ନ ହେଉଣୁ ପୂର୍ବରୁ ପ୍ରସ୍ତୁତ ଥିବା ଚିତାରେ ମୃତଦେହ ରଖି ଅଗ୍ନି ସଂଯୋଗ କରାଯାଉଛି। ସେହି ସମୟ ମଧ୍ୟରେ ପୁଣି ନୂଆ ଚିତା ପ୍ରସ୍ତୁତ କରାଯାଉଛି। ଏହି କାର୍ଯ୍ୟ ପର୍ଯ୍ୟାୟକ୍ରମେ ଜାରି ରହିଛି। ଶ୍ମଶାନର ଚାରିଆଡେ କେବଳ ଜଳନ୍ତା ଜୁଇ ଦେଖିବାକୁ ମିଳୁଛି। ଭୋପାଳରେ ଶ୍ମଶାନରେ ଏଭଳି ସ୍ଥିତିକୁ ଫଟୋ ଜର୍ନାଲିଷ୍ଟ ସଞ୍ଜିବ ନିଜ କ୍ୟାମେରାରେ ଉତ୍ତୋଳନ କରି ଏହାକୁ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କହିଛନ୍ତି। ଏବେ ଏହା ଭାଇରାଲ ହେବାରେ ଲାଗିଛି। ବର୍ତ୍ତମାନର କରୋନା ମୃତ୍ୟୁର ଭୟାବହତା ୧୯୮୪ ଭୋପାଳ ଗ୍ୟାସ୍‌ ବିଭିଷୀକାକୁ ବଳି ଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବିଚାରପତି ଭଗବାନ୍‌ ନୁହନ୍ତି

ସାଧାରଣରେ ଲୋକେ କହିଥାଆନ୍ତି, ବିଚାର କୋର୍ଟରେ ହେବ। ଅର୍ଥାତ୍‌ କୌଣସି ବିବାଦ ଦେଖାଦେଲେ ଅଦାଲତ ଉପରେ ଜନସାଧାରଣଙ୍କ ଭରସା ଥିଲା। ଏବେ ଏକ ଭିନ୍ନ ଚିତ୍ର ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri