କୋଲ୍‌ ଓ୍ବାସେରିରେ ଲିଭୁନି ନିଆଁ: ପ୍ରଦୂଷଣରେ ଅତିଷ୍ଠ ଅଞ୍ଚଳବାସୀ

ଝାରସୁଗୁଡ଼ା,୬ା୧୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅଧୀନ ବନ୍ଧବାହାଲ ଅଞ୍ଚଳର ଗ୍ଲୋବାଲ କୋଲ୍‌ ୱାସେରିରେ ପ୍ରାୟ ୧ ସପ୍ତାହ ହେବ ନିଆଁ ଲାଗିଛି। ଏଥିରେ ହଜାର ହଜାର ଟନ୍‌ର କୋଇଲା ପୋଡ଼ି ନଷ୍ଟ ହେଉଛି। ଏଥିଯୋଗୁ ସରକାରଙ୍କ ବହୁ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହେଉଛି। ନିଆଁକୁ ଆୟତ୍ତ କରିବା ପାଇଁ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ତତ୍ପରତା ପ୍ରକାଶ କରୁ ନ ଥିବାବେଳେ ଜିଲା ପ୍ରଶାସନ ମଧ୍ୟ ପଦକ୍ଷେପ ନେଉ ନ ଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ସୂଚନା ଅନୁସାରେ, ଗ୍ଲୋବାଲ କୋଲ୍‌ ୱାସେରିରେ ଥିବା ବହୁ ହଜାର ଟନ୍‌ କୋଇଲା କିଛିଦିନ ହେବ ଜଳୁଛି। ଏଥିଯୋଗୁ ସ୍ଥାନୀୟ କୁସ୍ରାଲୋଇ ଓ ଛର୍ଲା ଅଞ୍ଚଳରେ ପ୍ରଦୂଷଣ ବୃଦ୍ଧି ପାଇଛି। ଫଳରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ବିଭିନ୍ନ ରୋଗରେ ଆକ୍ରାନ୍ତ ହେବା ଆଶଙ୍କା ପ୍ରକାଶ ପାଇଛି। ଓ୍ବାସେରିରେ ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଝାରସୁଗୁଡ଼ା ଜିଲାରେ ଅନେକ କମ୍ପାନୀ ରହିଛି। ସେଠାରୁ ନିର୍ଗତ ପାଉଁଶ ଲୋକଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ଗ୍ଲୋବାଲ କୋଲ୍‌ ୱାସେରିରେ ଯେତେ କୋଇଲା ପୋଡ଼ିଯାଇଛି, ସେଥିରୁ ବାହାରିଥିବା ପାଉଁଶକୁ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ କୁଆଡ଼େ ନେଇ ପକାଇବେ, ପୋଡ଼ି ଯାଇଥିବା କୋଇଲାର ମୂଲ୍ୟ କିଏ ଦେବ ତାହାକୁନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନେଇ ଏମ୍‌ସିଏଲ୍‌ ଜିଏମ୍‌ ଏ. କେ. ପାଣ୍ଡେ ଏବଂ ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଗ୍ଲୋବାଲ କୋଲ୍‌ ୱାସେରିର ଏମ୍‌. ଡି. ପାତ୍ର କହିଛନ୍ତି, କୋଇଲା ସଫା କରିବା ଆମର କାମ। କୋଇଲା ପୋଡ଼ିବା ଘଟଣା ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ବୁଝିବେ। ଅପରପକ୍ଷେ ଏମ୍‌ସିଏଲ୍‌ର ଇନ୍‌ଚାର୍ଜ ଅଧିକାରୀ ସତ୍ୟଭୂଷଣ ବାରିକ କହିଛନ୍ତି, ୱାସେରିରେ ୨ ପ୍ରକାର କୋଇଲା ରହିଥାଏ। ସେଥିମଧ୍ୟରେ ଗୋଟିଏ ହେଲା ୱାଶ୍‌ କୋଇଲା ଏବଂ ଅନ୍ୟଟି ରିଜେକ୍ଟ କୋଇଲା। ଓ୍ବାସେରିରେ ଥିବା ରିଜେକ୍ଟ କୋଇଲା ପୋଡ଼ିଯାଇଛି। ଏହାର କୌଣସି ମୂଲ୍ୟ ନ ଥିବାରୁ ପୋଡ଼ିବାରେ ଅସୁବିଧା ନାହିଁ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri