ଜଳୁଛି ଜଙ୍ଗଲ, ବିପଦରେ ବନ୍ୟଜନ୍ତୁ

ବୌଦ୍ଧ/ତଳଗାଁ,୭ା୩, ବୌଦ୍ଧ ଜିଲାର ସଂରକ୍ଷିତ ଜଙ୍ଗଲଗୁଡିକ ଏବେ ନିଆଁ ଘେରରେ। କଣ୍ଟାମାଳ, ମନମୁଣ୍ଡା, ବୌଦ୍ଧ, ପୁରୁଣାକଟକ ଓ ମାଧପୁର ରେଞ୍ଜର ବିଭିନ୍ନ ସ୍ଥାନରେ ନିଆଁ ଲାଗିଛି। ଜିଲା ସାରା ଜଙ୍ଗଲ ଜଳୁଥିବା ବେଳେ ବନ ବିଭାଗ ନିଆଁକୁ ଆୟତ୍ତ କରିବାରେ ବିଫଳ ହୋଇଛି। ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲର ମାଧପୁର ରେଞ୍ଜ କାର୍ଯ୍ୟାଳୟଠାରୁ ମାତ୍ର ୨ କି.ମି ଦୂର ଜାତୀୟ ରାଜପଥ କଡ ଜଙ୍ଗଲଗୁଡିକ ଜଳୁଥିବା ବେଳେ ଜିଲାର ଆଭ୍ୟନ୍ତରୀଣ ଅଞ୍ଚଳ ଜଙ୍ଗଲ ପରିସ୍ଥିତ କିପିରି ଥିବ ଏହା ସହଜରେ ଅନୁମେୟ। ଜିଲାର ଅଧିକାଂଶ ଅଞ୍ଚଳ ବଣ ପାହାଡ ଘେରା ଓ ଆଦିବାସୀ ବହୁଳ ଅଞ୍ଚଳ। ଏଠାକାର ଅଧିକାଂଶ ଅଧିବାସୀ ବନଜାତ ଦ୍ରବ୍ୟ ସଂଗ୍ରହ କରି ପରିବାର ପୋଷଣ କରନ୍ତି। ହେଲେ ଜଙ୍ଗଲରେ ନିଆଁ ଲାଗିବାରୁ ଜଙ୍ଗଲଜାତ ଦ୍ରବ୍ୟ ପୋଡିବା ସହ ବନ୍ୟଜନ୍ତୁଙ୍କ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହାଛଡା ପରିବେଶ ଧୂଅଁାମୟ ହେବା ସହ ରାସ୍ତାରେ ଯାଉଥିବା ପଥଚାରୀମାନେ ହଇରାଣ ହେଉଛନ୍ତି। ପବନ ହେଲେ ନିଆଁ ଉଡି ଗାଁ ପୋଡିବାର ଭୟ ରହିଛି। ଏକକାଳୀନ ୫ଟି ରେଞ୍ଜରେ ଜଙ୍ଗଲ ଜଳୁଥିଲେ ମଧ୍ୟ ବନ ବିଭାଗ ନିକଟରେ ନିଅଁା ଲିଭାଇବା ପାଇଁ ଆବଶ୍ୟକ ସୁବିଧା ଓ କର୍ମଚାରୀ ନ ଥିବା ଚିନ୍ତା ବଢାଇଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବୋଲେରୋରେ ପିଛା କରି ବାଇକ୍ ଅଟକାଇଲେ, ମାଡ଼ ମାରି ମୁଣ୍ଡ ମଉସାଙ୍କ ଫଟାଇଥିଲେ; ପୁତୁରା ଗିରଫ, ଜେଲ୍‌କୁ ଗଲେ…

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ପାରିବାରିକ କଳହକୁ ନେଇ ମଉସାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ପୁତୁରାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି…

‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

ଶେଷ ମ୍ୟାଚ୍‌ରେ ହାରିଲା,ହେଲେ ୩-୨ରେ ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ହାମିଲଟନ୍,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର ଟି-୨୦ ସିରିଜ୍ ୩-୨ ସ୍କୋର ସହ ଶେଷ ହୋଇଛି। ସିରିଜ୍‌ର ପ୍ରଥମ ତିନୋଟି ମ୍ୟାଚ୍ କ୍ରମାଗତ ଭାବେ…

ରିଲିଫ୍‌ରୁ ବଞ୍ଚିତ ବନ୍ୟା ବିପନ୍ନ, ଗୁହାରି ଶୁଣିବା ବଦଳରେ ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି ବିପର୍ଯ୍ୟୟ। ଘରଦ୍ୱାର ଉଜାଡ଼ିବା ସହ ଲୋକଙ୍କ ମୁହଁରୁ ଆହାର ଛଡ଼ାଇ…

ବନ୍ୟା ଦୁର୍ଦ୍ଦଶା ମଧ୍ୟରେ ପୁଣି ବାତ୍ୟା ଆଶଙ୍କା, ଚିନ୍ତାରେ ଗଞ୍ଜାମବାସୀ, ମୁକାବିଲା ପାଇଁ ଜିଲା ପ୍ରଶାସନ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ବି ସ୍ବାଭାବିକ ହୋଇନାହିଁ। ବିଭିନ୍ନ ଅଞ୍ଚଳରେ ବନ୍ୟାଜଳ ଜମି ରହିଥିବାରୁ…

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?